ଆସନ୍ତାକାଲି, ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା. ଏପଟେ ଲୋକସେବା ଭବନ ମଧ୍ୟ ଘେରାଉ କରିବ ବିଜେଡି

Spread the love

ଜେଏମଜେ ବ୍ୟୁରୋ : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏଥିସହ ବିଜେଡି ଲୋକସେବା ଭବନ ମଧ୍ୟ ଘେରାଉ କରିବ।

ଏନେଇ ଗୃହ ବିଭାଗ ସବୁ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛି। ସବୁ କର୍ମଚାରୀଙ୍କୁ ସାଢ଼େ ୯ ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଢ଼େ ୯ରେ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହୋଇଯିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି। ବିଜେଡି ଘେରାଉ ନେଇ ଘୋଷଣା କରିଥିବାରୁ ସୁରକ୍ଷା ଦୃଷ୍ଟିରୁ ପଦକ୍ଷେପ ନିଆଯାଇଛି।

ସେପଟେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା କଂଗ୍ରେସ । ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଓ ମୃତ୍ୟୁ ଘଟଣାକୁ ନେଇ ଏହି ଡାକରା ଦିଆଯାଇଛି । ଓଡ଼ିଶା ବନ୍ଦ ସମୟରେ ସ୍କୁଲ, କଲେଜ, ଦୋକାନ ଓ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି । ବନ୍ଦ ଡାକରାରେ ଜରୁରୀ କାଳୀନ ସେବାକୁ ବାଦ ଦିଆଯାଇପାରେ । ଏହି ସମୟରେ ଆମ୍ୱୁଲାନ୍ସ, ମେଡିସିନ ଷ୍ଟୋର, ଡାଏରୀ ଦୋକାନ ଭଳି ଅତ୍ୟାବଶ୍ୟକ ଜିନିଷର ଦୋକାନ ଖୋଲା ରହିପାରେ ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 19 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 29 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 50 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 37 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ