ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ଆଜି ସନ୍ଧ୍ୟାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରିଛି।
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଉତ୍ତେଜିତ ହୋଇଛି। ଛାତ୍ର କଂଗ୍ରେସର ସଦସ୍ୟମାନେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏଥି ସହିତ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି। କଂଗ୍ରେସ ଘଟଣାର ନ୍ୟାୟିକ ତଦନ୍ତ ଦାବି ସହିତ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।






