ଆନ୍ଦୋଳନକାରୀଙ୍କ ଉପରେ ରବର ବୁଲେଟ୍‌ ମାଡ଼ କରାଯାଇନାହିଁ:ପୋଲିସ କମିଶନର

Spread the love

ଜେଏମଜେ ବ୍ୟୁରୋ : ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ପୋଲିସ-ବିଜେଡି ମୁହାଁମୁହିଁ । ଏହି ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଧସ୍ତାଧସ୍ତି ହୋଇଥିଲା । ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ପୋଲିସ ପକ୍ଷରୁ ପାଣି ମାଡ଼ ସହିତ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା । ତେବେ ପୋଲିସ ରବର ବୁଲେଟ ମାଡ଼ କରିଛି ବୋଲି ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି ।ଏଥିରେ ବିଜେଡିର ୫ ଜଣ ଆଜି ଧାଡ଼ିର ନେତା ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନେ ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ କରୁଥିବା ବେଳେ ପୋଲିସର ଏଭଳି ଗୁଣ୍ଡାଗର୍ଦ୍ଦିକୁ ଦୃଢ ନିନ୍ଦା କରିଛନ୍ତି ।

ଏହି ଘଟଣାରେ ପୋଲିସ କମିସନର ଏସ୍‌.ଦେବଦତ୍ତ ସିଂ ସୂଚନା ଦେଇ କହିଛନ୍ତି,ଆନ୍ଦୋଳନକାରୀଙ୍କ ଉପରେ ରବର ବୁଲେଟ୍‌ ମାଡ଼ କରାଯାଇନାହିଁ । କେବଳ ୫ଟି ଲୁହବୁହା ଗ୍ୟାସ୍‌ ଏବଂ ପାଣି ମାଡ଼ କରାଯାଇଛି । ଏଆଇ ଡ୍ରୋନ୍‌ ଯୋଗେ ଆନ୍ଦୋଳନକାରୀଙ୍କ ଦୃଶ୍ୟ କଏଦ ହୋଇଛି । ହିଂସା ଘଟାଇଥିବା ଚିତ୍ର ସାମ୍ନାକୁ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସେ କହିଛନ୍ତି, ଡ୍ରୋନ୍ ସାହାଯ୍ୟରେ ସମସ୍ତ କର୍ମୀଙ୍କୁ ଚିହ୍ନଟ କରାଯାଇଛି । ଆମେ ସୁରକ୍ଷା ଦୃଷ୍ଟିକୋଣରୁ ବ୍ୟାପକ ଫୋର୍ସ ମୁତୟନ କରିଥିଲୁ । ପ୍ରଥମ ବ୍ୟାରିକେଡ଼ ଭାଙ୍ଗିବା ପରେ, ଟିୟର ଗ୍ୟାସ୍ ପ୍ରୟୋଗ ଓ ପାଣି ମାଡ଼ କରାଯାଇଥିଲା । ଉଭୟ ପକ୍ଷରୁ କିଛି ଆହତ ହୋଇଥିବା ଖବର ସାମ୍ନାକୁ ଆସିଛି । ପୁରା ଘଟଣାକ୍ରମକୁ ପୋଲିସ ସେବା ଭବନରୁ ମନିଟର କରାଯାଇଛି ବୋଲି ପୋଲିସ କମିସନର କହିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 18 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 10 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର