୪୮ ଘଣ୍ଟା ଗୁରୁତ୍ବପୂର୍ଣ୍ଣ . ବଳଙ୍ଗା ଯୁବତୀଙ୍କ ଅବସ୍ଥା ସଙ୍କଟାପନ୍ନ କହିଲେ ଡାକ୍ତର.

Spread the love

ଜେଏମଜେ ବ୍ୟୁରୋ : ଏମ୍‌ସ ଡାକ୍ତରୀ ଟିମ୍ ସହିତ ଆଲୋଚନା କଲେ ପୀଡ଼ିତାଙ୍କ ବାପା । ପରବର୍ତ୍ତୀ ମେଡିକାଲ ବୁଲେଟିନ ଆସିବା ଆଗରୁ ନିଜ ଝିଅର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିବା ପାଇଁ ଯାଇଛନ୍ତି ବାପା । ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ।

୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି । ଦିଲ୍ଲୀ ଏମ୍‌ସ ସହ ଯୋଗାଯୋଗରେ ଅଛନ୍ତି ଡାକ୍ତରୀ ଟିମ୍ । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ତାଙ୍କୁ ଏୟାରଲିଫ୍ଟ କରିବା ସମ୍ଭବପର ନୁହେଁ ବୋଲି ଏମ୍‌ସ ନିର୍ଦ୍ଦେଶକ କହିଛନ୍ତି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି ।

ବଳଙ୍ଗା ପୀଡ଼ିତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ। ଷଡ୍ଯନ୍ତ୍ର ଦିଗକୁ ତଦନ୍ତରେ ପ୍ରାଥମିକତା ଦିଆଯାଇଛି । କେଉଁଠୁ କିରୋସିନ ଆସିଲା ଅନୁଧ୍ୟାନ କରାଯାଉଛି, ସାଇବର ଏକ୍ସପର୍ଟମାନଙ୍କର ମଧ୍ୟ ସହଯୋଗ ନିଆଯାଇଛି । ଏପର୍ଯ୍ୟନ୍ତ କୌଣସି ସିସିଟିଭି ଫୁଟେଜ ମିଳିନାହିଁ କି କେହି ଅଟକ ନାହାନ୍ତି । କେବଳ ପୀଡ଼ିତାଙ୍କ ସମ୍ପର୍କୀୟ ଓ ସାଙ୍ଗଙ୍କ ବୟାନ ରେକର୍ଡ କରାଯାଉଛି । ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ଏଫଆଇଆର ଦିଆଯାଇଥିବା ବେଳେ ଏମ୍‌ସ ଭୁବନେଶ୍ବରରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡ଼ିତା ମଧ୍ୟ ବୟାନ ଦେଇଛନ୍ତି । ସମସ୍ତ ଦିଗ ଉପରେ ତଦନ୍ତ ଚାଲିଥିବା ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 22 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 28 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ