ବାଲେଶ୍ବର ପୀଡ଼ିତାଙ୍କୁ ନ୍ୟାୟ ମିଳିବା ଦିଗରେ ତଦନ୍ତ ଚାଲିଛି: କ୍ରାଇମବ୍ରାଞ୍ଚ ଡିଜି

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଘଟଣା ନେଇ କ୍ରାଇମବ୍ରାଞ୍ଚର ଟିମ୍‌ ତଦନ୍ତ ଜାରି ରଖିଛି । ଆଜି ଘଟଣାସ୍ଥଳ ବୁଲି ଦେଖିବା ପରେ ପ୍ରତିକ୍ରିୟା ରଖିଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ।

ଡିଜି ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବାଲେଶ୍ବର ପୀଡିତାଙ୍କୁ ନେଇ ତଦନ୍ତ ସମୟରେ ଅନେକ ସାମଗ୍ରୀ ହସ୍ତଗତ ହୋଇଛି । ଏହି ସବୁ ସାମଗ୍ରୀକୁ ରାଜ୍ୟ ଅପରାଧ ବିଧି ବିଜ୍ଞାନାଗାରକୁ ପଠାଯାଇଛି । ଆମେ ଅନେକଗୁଡ଼ିକ ତଥ୍ୟ ସଂଗ୍ରହ କରିଛୁ । ଆମ ଟିମ୍ ଘଟଣାର ତଦନ୍ତ ଜାରି ରଖିଛି । ଏହି ମାମଲା ସଠିକ ତଦଦ୍ତ ହେବ । ଝିଅକୁ ନ୍ୟାୟ ମିଳିବ ।

ଡିଜି ଆହୁରି କହିଛନ୍ତି, କ୍ରାଇମବ୍ରାଞ୍ଚ ଆଇଜି ଏସ୍ ସାଇନିଙ୍କ ନେତୃତ୍ବରେ ଘଟଣାର ତଦନ୍ତ ଜାରି ରହିଛି । ବର୍ତ୍ତମାନ ତଦନ୍ତର ରିପୋର୍ଟ ଯାହା ଅଛି, ସେନେଇ କୌଣସି ତଥ୍ୟ ପ୍ରକାଶ କରାଯିବ ନାହିଁ । ଡିଜିଟାଲ ମିଡିଆରେ ଯେଉଁ ବୟାନ ଆସୁଛି ଏବଂ ତଦନ୍ତ ସମୟରେ ଆସିଥିବା ବୟାନ ଓ ଏସଏଫଏସଏଲ୍‌ ରିପୋର୍ଟକୁ ନେଇ ତର୍ଜମା କରାଯିବ ।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ବାଲେଶ୍ବରର ଏଫଏମ୍ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ଅନେକ ଚେଷ୍ଟା ସତ୍ତ୍ବେ ସେ ଆଖି ବୁଜିଥିଲେ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 22 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 28 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ