ମୃଦୁ ପାନୀୟରେ ନିଶା ମିଶାଇ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ: ଛାତ୍ର କଂଗ୍ରେସ ସଭାପତି ଗିରଫ

Spread the love

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ )ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଛି। ମଞ୍ଚେଶ୍ବର ଥାନା ପୁଲିସ ଆଜି ରାତିରେ ଉଦିତଙ୍କୁ ଉଠାଇ ନେଇଛି। ଆସନ୍ତାକାଲି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି।  ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ଚଳିତ ବର୍ଷ ମାର୍ଚ୍ଚ ୧୮ତାରିଖ ଅପରାହ୍ଣରେ ସେ, ତାଙ୍କର ଜଣେ ବାନ୍ଧବୀ ଓ ଜଣେ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ୍‌ ଛକକୁ ବୁଲିବାକୁ ଯାଇଥିଲେ। ସେଠାରେ ସହପାଠୀଜଣକ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ। ଏହାପରେ ଉଦିତଙ୍କ ଗାଡ଼ିରେ ସେମାନେ ନୂଆପଲ୍ଲୀସ୍ଥିତ ଏକ ହୋଟେଲକୁ ଯାଇଥିଲେ।

ହୋଟେଲ୍‌ରେ ସେମାନେ ମଦ ପିଇଥିଲେ। କିନ୍ତୁ ପୀଡ଼ିତା ମଦ ପିଇବାକୁ ମନା କରିଥିଲେ। ତେଣୁ ଉଦିତ ତାଙ୍କୁ ମୃଦୁପାନୀୟ ପିଇବାକୁ କହିଥିଲା। ସେ କୌଶଳକ୍ରମେ ସେଥିରେ କୌଣସି ନିଶା ମିଶାଇ ତାଙ୍କୁ ପିଇବାକୁ ଦେଇଥିଲା। ମୃଦୁ ପାନୀୟ ପିଇବାର କିଛି ସମୟ ପରେ ତାଙ୍କ ମୁଣ୍ଡ ଘୂରାଇ ଦେଇଥିଲା। ତେଣୁ ତୁରନ୍ତ ଘରେ ଛାଡ଼ିଦେବାକୁ ସେ କହିଥିଲେ। ମାତ୍ର ଉଦିତ ଓ ଅନ୍ୟମାନେ ତାଙ୍କୁ ଯିବାକୁ ଦେଇ ନଥିଲେ। ଏହାପରେ ସେ ସଂଜ୍ଞାହୀନ ହୋଇପଡ଼ିଥିଲେ। ତାଙ୍କର ହୋସ୍‌ ଫେରିବା ବେଳକୁ ସେ ଦେଖିଲେ ଯେ ଉଦିତ ତାଙ୍କ ସହିତ କିଛି ଖରାପ କାମ କରିଛି। ପରେ ସେ ବୁଝିଲେ ଯେ ଉଦିତ ତାଙ୍କୁ ଦୁଷ୍କର୍ମ କରିଛି। ଏନେଇ ସେ ପଚାରିବାରୁ ଉଦିତ ତାଙ୍କୁ ଧମକ ଦେଇଥିଲେ। ଅଭିଯୋଗ କଲେ, ତାଙ୍କୁ ଭୟଙ୍କର ପରିଣତି ଭୋଗିବାକୁ ପଡ଼ିବ ବୋଲି କହିଥିଲେ। ଉଦିତ ଜଣେ ଛାତ୍ରନେତା ହୋଇଥିବାରୁ ପୀଡ଼ିତା ଡରିଯାଇଥିଲେ ଏବଂ ନିରବ ରହିବାକୁ ବାଧ୍ୟ ହୋଇଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି। ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୁଲିସ ଉଦିତଙ୍କୁ ରାତି‌ରେ ଉଠାଇ ନେଇଛି। ଏହି ଖବର ପାଇ ଉଦିତଙ୍କ ପରିବାର ଏବଂ ଛାତ୍ର କଂଗ୍ରେସର ପ୍ରାୟ ୫୦ଜଣ ମଞ୍ଚେଶ୍ବର ଥାନା ସମ୍ମୁଖରେ ଏକାଠି ହୋଇଛନ୍ତି। ପୁଲିସ ସେମାନଙ୍କୁ ଭିତରକୁ ଯିବାକୁ ଦେଉନି।

  • jmjnewso

    Related Posts

    ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

    Spread the love

    Spread the loveରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ।…

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!