ଏଫଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ; କେନ୍ଦ୍ରାଞ୍ଚଳ ଆରଡିସି କାର୍ଯ୍ୟାଳୟ ସାମ୍ନାରେ ବିଜେଡିର ବିକ୍ଷୋଭ

Spread the love

ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ନେଇ ବିଜୁ ଜନତା ଦଳର ଶକ୍ତି ପ୍ରଦର୍ଶନ । ସୋମବାର ଅର୍ଥାତ୍ ଆଜି ନାରୀ ସୁରକ୍ଷା ନାରା ଦେଇ ଆରଡିସି ସ୍ତରୀୟ ବିକ୍ଷୋଭ କରିଛି ବିଜେଡି । ୧୦ ଜିଲ୍ଲାର ୫୫ ନିର୍ବାଚନ ମଣ୍ଡଳୀରୁ ୧୦ ହଜାରରୁ ଅଧିକ ବିଜେଡି କର୍ମୀ ଆଜି କଟକରେ ଏକାଠି ହୋଇଛନ୍ତି । କେନ୍ଦ୍ରାଂଚଳ ରାଜସ୍ବ ଆୟୁକ୍ତ (ଆରଡିସି)ଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି ।

ଦିନ ୧୧ଟା ବେଳେ ସନସାଇନ ଫିଲ୍ଡରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ବିଜେପି ସରକାର ଅମଳରେ ନାରୀ ସୁରକ୍ଷାକୁ ପ୍ରସଙ୍ଗ କରି ଦଳୀୟ ନେତା ମାନେ ସରକାରଙ୍କ ଉପରେ ଖୁବ୍ ବର୍ଷିଥିଲେ । ଡବଲ୍ ଇଂଜିନ୍ ସରକାର ମହିଳାଙ୍କ ସୁରକ୍ଷା ଦିଗରେ ସମ୍ପୂର୍ଣ୍ଣ ଫେଲ୍ ବୋଲି ଅଭିଯୋଗ କରିଥିଲେ । ପରେ ବିଜେଡି ନେତା ଓ କର୍ମୀମାନେ ଏକାଠି ହୋଇ ଆରଡିସିଙ୍କ କାର୍ଯ୍ୟାଳୟ ଅଭିମୁଖେ ଚାଲିଥିଲେ । ଗ୍ରାମାଞ୍ଚଳ ଏସପି କାର୍ଯ୍ୟାଳୟ ପାଖରେ ପୁଲିସ ବ୍ୟାରିକେଡ଼ ଲଗାଇଥିଲା । ମାତ୍ର ଏହାକୁ ଟପି ଯାଇଥିଲେ ବିଜେଡି କର୍ମୀ । ଏ ସମୟରେ ପୁଲିସ ସ୍ଥିତି ନିୟନ୍ତ୍ରଣ କରିବାକୁ ନାକେଦମ୍ ହୋଇଥିଲା । ପରେ ୩୦ ଜଣିଆ ପ୍ରତିନିଧି ମଣ୍ଡଳୀ ଆରଡିସି ଅଫିସକୁ ଯାଇ ଅଧିକାରୀଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ବିଜେଡ଼ିର ବିକ୍ଷୋଭକୁ ନେଇ ଆଜି କଟକ ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ସୋମବାର କାର୍ଯ୍ୟ ଦିବସ ଥିବାରୁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 36 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 35 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 39 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 63 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 46 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 47 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ