ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ

Spread the love

ଜେଏମଜେ ବ୍ୟୁରୋ : ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ । କଟକରୁ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍‌ । ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ଚଢ଼ଉ ଜାରି । ମାମଲାର ତଦନ୍ତ ପାଇଁ ଏସ୍‌ପିଙ୍କ ନେତୃତ୍ବରେ ଗଠନ ହୋଇଛି ୩ ଜଣିଆ ଟିମ୍ । ଅଭିଯୁକ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି ପୁଲିସ । ଗତକାଲି ରାତିରେ ପୁଲିସ ଜଣଙ୍କୁ ଉଠାଇ ଆଣିଥିଲା ।

ଆଜି ଆଉ ଜଣଙ୍କୁ ଗିରଫ କରିଛି ପୁଲିସ୍‌ । ସୂଚନାମୁତାବକ, ବାନ୍ଧବୀଙ୍କ ସହ ଆସୁଥିବା ବେଳେ ବିଲକୁ ଟେକି ନେଇ ଦୁଇ ଯୁବକ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ କକରିଛନ୍ତି ପୀଡ଼ିତାଙ୍କ ବାପା । ଗୁରୁତର ଅବସ୍ଥାରେ ୧୮ ବର୍ଷିୟ ଛାତ୍ରୀ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସଦର ଥାନା ମଜୁରାଇ ଚାନ୍ଦଗଡ଼ ଅଂଚଳର ଯୁବତୀ ରାତି ପ୍ରାୟ ୮ଟା ବେଳେ ଏକ ଜନ୍ମଦିନ ଉତ୍ସବକୁ ଯାଉଥିଲେ । ଜନ୍ମଦିନରେ ଶୀଘ୍ର ପହଞ୍ଚିବା ପାଇଁ ବିଲ ରାସ୍ତା ଦେଇ ବାନ୍ଧବୀଙ୍କ ସହ ଯାଉଥିବା ସମୟରେ ଦୁଇ ଜଣ ଯୁବକ ପୀଡ଼ିତାଙ୍କ ପାଟିକୁ ବନ୍ଦ କରି ଟେକି ନେଇ ଦୁଷ୍କର୍ମ କରିଥିଲେ । ତେବେ ଯୁବତୀ ଜଣକ ଚିତ୍କାର କରି ନିଜ ଘରକୁ ଦୌଡ଼ି ପଳେଇ ଆସିବା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ମେଡିକାଲ ନିଆଯାଇଥିଲା । ଏନେଇ ପୀଡ଼ିତାଙ୍କ ବାପା ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ଦୁଇ ଜଣ ଫେରାର ହୋଇ ଯାଇଥିବା ବେଳେ ପୋଲିସ ଖୋଜାଖୋଜି ଜାରି ରଖିଛି । ଘଟଣାସ୍ଥଳରୁ ଏକ ମୋବାଇଲ ପୁଲିସ ଜବତ କରିଛି । ଏହି ମୋବାଇଲ୍ ଅଭିଯୁକ୍ତଙ୍କର ବୋଲି ସନ୍ଦେହ କରୁଛି ପୁଲିସ। ଦୁଇ ଜଣ ଅଭିଯୁକ୍ତ ନିକଟବର୍ତ୍ତୀ ଗାଁର ବୋଲି କୁହାଯାଉଛି ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 23 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 31 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 26 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ