ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ,କହିଲେ ସେ ଯୁବତୀ କିଏ ମୁ ଜାଣିନି..

Spread the love

ଜେଏମଜେ ବ୍ୟୁରୋ : ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଗିରଫଦାରିକୁ ନେଇ ଘେରିଛି ଭାଜପା। ଏହି ସମୟରେ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ଉଦିତ ପ୍ରଧାନ।

ସେ କହିଛନ୍ତି, ଏହା ଭାଜପା ସରକାରର ପ୍ଲାନ୍‌। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।

ଅନ୍ୟପଟେ ଗିରଫ ପରେ ଜେଲ ଯାଇଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା କଂଗ୍ରେସ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!