ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର.

Spread the love

ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି । ଏନେଇ ଆଗକୁ ସବୁ ଗ୍ରାମ ପଞ୍ଚାୟତ ଗୁଡିକରେ ଆୟୁଷମାନ ଆରୋଗ୍ୟ ମନ୍ଦିର ଖୋଲାହେବ ।

ଏହା ପ୍ରାଇମେରୀ ହେଲଥ ସେଣ୍ଟର ପରି ଏହା କାମ କରିବ । ସେଥିରେ CHO ଏବଂ ଦୁଇ ଜଣ ଷ୍ଟାଫ ରହିବେ । ଏଠାରେ କେଉଁମାନେ ସ୍ବାସ୍ଥ୍ୟ ସେବା ପାଇବାକୁ ଯୋଗ୍ୟ ଏବଂ ସ୍ବାସ୍ଥ୍ୟ ସେବା କିପରି ଚାଲିଛି ତାହା ତଦାରଖ କରିବେ ଆଶା ଦିଦି ଓ ଏଏନଏମ୍ ।

ସାମାନ୍ୟ ଜ୍ବର ହେଲେ ରୋଗୀ ସବସେଣ୍ଟରକୁ ଯାଉଛନ୍ତି । ସେହିପରି PHC, CHCକୁ ବି ଯାଉଛନ୍ତି । ସେଇ ଜ୍ବର ରୋଗୀ ପୁଣି କ୍ୟାପିଟାଲ ହସ୍ପିଟାଲକୁ ଯାଉଛନ୍ତି । ପରେ କଟକ ବଡ଼ ମେଡିକାଲକୁ ଯାଉଛନ୍ତି । ସେଥିପାଇଁ ବଡ଼ ଡାକ୍ତରଖାନା ଗୁଡ଼ିକରି ଚାପକିଭଳି କମିବ ସେନେଇ ସରକାର ଯୋଜନା କରୁଛନ୍ତି ।

କମ୍ୟୁନିଟି ହେଲଥ୍ ଅଫିସର ଯେଉଁମାନେ ଗ୍ରାମାଞ୍ଚଳରେ ଅଛନ୍ତି, ବିଶେଷ କରି ତାଙ୍କ ପୋଷ୍ଟିଂ ହେଉଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ । ବିଶେଷ କରି ତଳ ସ୍ତରର ଯେଉଁ ଅଫିସର ଅଛନ୍ତି କମ୍ୟୁନିଟି ହେଲଥ୍ ଅଫିସର ତାଙ୍କର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ରହିବ ।

ଆୟୁଷମାନ ଆରୋଗ୍ୟ ମନ୍ଦିରରେ ୧୨୦ ପ୍ରକାର ମେଡିସିନ ମାଗଣାରେ ଦିଆଯାଉଛି । କମ୍ୟୁନିଟି ହେଲଥ୍ ଅଫିସରମାନଙ୍କୁ ସ୍ଵତନ୍ତ୍ର ଭାବେ ଦାୟିତ୍ଵ ଦିଆଯାଇଛି । ସେମାନେ ୧୨୦ ପ୍ରକାର ମେଡିସିନରୁ ହିଁ ଲେଖିବେ। ତା ବାହାରେ ଲେଖିବେ ନାହିଁ । ଗାଇଡଲାଇନ୍ ଅନୁସାରେ ୧୨୦ ପ୍ରକାର ମେଡିସିନ ଭିତରୁ ହିଁ ଲେଖିବେ । ସରକାରଙ୍କ ପକ୍ଷରୁ ଏହି ମେଡିସିନ ବ୍ୟବସ୍ଥା କରାଯାଇଛି ।

ବ୍ଲଡ ପ୍ରେସର, ଡାଇବେଟିସ ଏଇସବୁ ଯେଉଁ ମେଡିସିନ ଦିଆଯାଉଛି । ତାକୁ ନେଇ ଟ୍ରାକିଂ କରାଯାଉଛି । ଡାଟାବେସ୍ କରାଯାଉଛି । ୧୬ ପ୍ରକାର ଟେଷ୍ଟ କରାଯାଉଛି ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…