ବିଜେଡି, କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ.

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ଵର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଳିଯିବା ଘଟଣାକୁ ନେଇ ରୁଜୁ ମାମଲାରେ ହାଇକୋର୍ଟରେ ଆଜି ଆଡ଼ଭୋକେଟ ଜେନେରାଲ ପକ୍ଷ ରଖିଥିଲେ । କ୍ରାଇମବ୍ରାଞ୍ଚ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ । ଅପରପକ୍ଷରେ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ବେଜେଡି ଏବଂ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ହାଇକୋର୍ଟ ଏଥିରେ ଉଭୟ ଦଳକୁ ନୋଟିସ କରିଛନ୍ତି ।

ମାନବାଧିକାର କର୍ମୀ ତଥା ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଏବଂ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦେଶ ଦେଇଛନ୍ତି । ଆବେଦନକାରୀ ପିଟିସନ୍ରେ ଦର୍ଶାଇଥିଲେ ଯେ, ଏଫ୍ଏମ୍ କଲେଜ୍ର ଜଣେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ସେହି କଲେଜର ଜଣେ ଅଧ୍ୟାପକଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ସେ ବିଭିନ୍ନ ଫୋରମରେ ଅଭିଯୋଗ ମଧ୍ୟ କରିଥିଲେ । କିନ୍ତୁ ସବୁଠୁ ନିରାଶ ହେବା ପରେ ଗତ ୧୪ତାରିଖ ଚରମ ପଦକ୍ଷେପ ନେଇଥିଲେ। ନିଜ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିଲେ । ୨୪ଘଣ୍ଟା ଚିକିତ୍ସା ପରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଏହି ଘଟଣାର ଉପଯୁକ୍ତ ତଦନ୍ତ ହେବାର ଆବଶ୍ୟକତା ରହିଛି। ଏହି ଘଟଣା ଯେପରି ଭବିଷ୍ୟତରେ ପୁନରାବୃତ୍ତି ନ ଘଟେ ସେଥିପାଇଁ ଅଦାଲତଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଏହାର ତଦନ୍ତର ଆବଶ୍ୟକତା ରହିଛି ବୋଲି ଆବେଦନକାରୀ ଉଲ୍ଲେଖ କରିଛନ୍ତି । ଅଦାଲତ କିଛି ନିରପେକ୍ଷ ଅଧିକାରୀଙ୍କୁ ନେଇ ଏକ ଏସ୍ଆଇଟି ଗଠନ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କହିଛନ୍ତି। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଏହି ତଦନ୍ତ ଶେଷ ପାଇଁ ଅଦାଲତ ସମୟ ଧର୍ଯ୍ୟ କରନ୍ତୁ । ଛାତ୍ରୀଙ୍କୁ ଯୌନ ନିର୍ଯାତନା, ଆତ୍ମହତ୍ୟା ପାଇଁ ପ୍ରରୋଚିତ କରିବା, ମହାବିଦ୍ୟାଳୟ ପ୍ରଶାସନର ଭୂମିକା, ୟୁଜିସି ଗାଇଡ୍ଲାଇନ୍ କର୍ଯ୍ୟକାରୀ ହେଉଛି କି’ ନାହିଁ ଏ ସବୁ ଦିଗକୁ ନେଇ ତଦନ୍ତ ଲାଗି ଅଦାଲତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି।

ଏହି ଘଟଣାରେ କ୍ରାଇମ୍ବ୍ରାଞ୍ଚ୍ ତଦନ୍ତ କରୁଥିଲାବେଳେ ପୁଲିସ୍ ଡିଜି ଏହି ତଦନ୍ତର ସ୍ଥିତି କ’ଣ ରହିଛି ସେ ରିପୋର୍ଟ ଅଦାଲତରେ ଦାଖଲ କରିବାକୁ ଆବେଦନକାରୀ କହିଛନ୍ତି। ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରାଯାଇଥିଲା । ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ତଦନ୍ତ ରେକର୍ଡ ଦାଖଲ କରିବାକୁ ପ୍ରାର୍ଥନା କରାଯାଇଛି । ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ପ୍ରତ୍ୟେକ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ୟୁଜିସି ଗାଇଡ୍ଲାଇନ ଆଧାରରେ ଇଣ୍ଟରନାଲ୍ କମ୍ପେଣ୍ଟ କମିଟି( ଆଇସିସି) ଗଠନ ବାଧ୍ୟତାମୂଳକ କରିବା ଲାଗି ଅଦାଲତ ରାଜ୍ୟ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ