ବାଲେଶ୍ବର କଲେଜ ଛାତ୍ରୀଙ୍କ ଜୀବନ ହାରିବା ଘଟଣା ଅତ୍ୟନ୍ତ ଲଜ୍ଜାଜନକ: ସୁପ୍ରିମକୋର୍ଟ

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତୀ ଉଦ୍ୟମ ଘଟଣା । ଏହି ଘଟଣାକୁ “ଅତ୍ୟନ୍ତ ଦୁଃଖଦ ଓ ଲଜ୍ଜାଜନକ” ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହି ଘଟଣାରେ କେନ୍ଦ୍ର ସରକାର ଓ ସମସ୍ତ ପକ୍ଷଙ୍କୁ ଜବାବ ମାଗିଛନ୍ତି ଜଷ୍ଟିସ ସୂର୍ଯ୍ୟ କାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କ ଖଣ୍ଡପୀଠ ।

ଗ୍ରାମାଞ୍ଚଳରେ ସ୍କୁଲ ଛାତ୍ରୀ, ମହିଳା ଓ ଶିଶୁଙ୍କୁ ସୁରକ୍ଷା କରିବା ପାଇଁ କଣ ପଦକ୍ଷେପ ନିଆଯାଇପାରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଦେଶରେ ଏପରି ଘଟୁଛି, ଯାହା ଦୁର୍ଭାଗ୍ୟଜନକ ଓ ଆମକୁ ଲଜ୍ଜିତ କରୁଛି ବୋଲି ଖଣ୍ଡପୀଠ କହିଛନ୍ତି । ତେବେ ସୁପ୍ରିମ କୋର୍ଟ ମହିଳା ଓକିଲ ସଂଘ ପକ୍ଷରୁ ଏହି ଘଟଣାକୁ ସୁପ୍ରିମକୋର୍ଟଙ୍କ ନଜରକୁ ଅଣାଯାଇଥିଲା ।
ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହା କୌଣସି ପ୍ରତିଦ୍ୱନ୍ଦ୍ୱିତାମୂଳକ ମକଦ୍ଦମା ନୁହେ, ବରଂ ସମାଜର ସବୁଠାରୁ ଅସୁରକ୍ଷିତ ଲୋକଙ୍କୁ ସଶକ୍ତ କରିବା ପାଇଁ କାର୍ଯ୍ୟକାରୀ ପଦକ୍ଷେପ ଆବଶ୍ୟକ ।

ସୂଚନାଯୋଗ୍ୟ, ଏଫଏମ୍ କଲେଜର ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଜୁଲାଇ ୧୨ରେ କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ବାହାରେ ନିଜକୁ ନିଆଁ ଲଗାଇ ଦେଇଥିଲେ । ସେ ଅଧ୍ୟାପକଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଥିବା ବେଳେ କଲେଜ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନଥିବାରୁ ଏହି ପଦକ୍ଷେପ ନେଇଥିବା ଅଭିଯୋଗ ହୋଇଛି । ୯୫ ପ୍ରତିଶତ ଜଳିବା ଯୋଗୁଁ ସେ ଜୁଲାଇ ୧୪ ରାତିରେ ଏମ୍ସ ଭୁବନେଶ୍ୱରରେ ମୃତ୍ୟୁ ବରଣ କରିଥିଲେ । ଏହାକୁ ନେଇ ଓଡିଶା କ୍ରାଇମବ୍ରାଞ୍ଚ, ୟୁଜିସି ଭଳି ବିଭିନ୍ନ ସ୍ତରରେ ତଦନ୍ତ ଜାରି ରହିଛି ।

  • jmjnewso

    Related Posts

    ଜନତା ମାଗେ ଜବାବ 30 ଜୁଲାଇ 2026

    Spread the love

    Spread the love

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ