ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା

Spread the love

ଜେଏମଜେ ବ୍ୟୁରୋ : ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା । ଯୋଜନା କାର୍ଯ୍ୟକାରିତା ଉପରେ ଅଙ୍କୁଶ ଲଗାଇଲେ କୋର୍ଟ ।
ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା ଲାଗିଛି । ଏହି ଯୋଜନାକୁ ଚା‌ଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିବା ସହିତ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ମାମଲାରେ ଜବାବ ଦାଖଲ ପାଇଁ ଇଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ଏହି ଯୋଜନା କାର୍ଯ୍ୟକାରୀ ଉପରେ ମଧ୍ୟ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରୀ ପ୍ରସଂଗରେ ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଅନ୍ତରୀଣ ରୋକ ଲଗାଇଛନ୍ତି । ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ପୁରୀ ଜିଲ୍ଲା କଣାସ ଅଞ୍ଚଳର ପ୍ରତାପ ପରିଡ଼ାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି ।
ମାମଲାର ବିବରଣୀରୁ ଜଣା ପଡିଛି ଯେ, ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ରାଜ୍ୟ ସରକାର ଚଳିତ ବର୍ଷ ପ୍ରାରମ୍ଭରେ ଆରମ୍ଭ କରିଥିଲେ । ଏହି ଯୋଜନାରେ ଗାଁରେ ରାସ୍ତାଘାଟ, ଶିକ୍ଷା ଭିତ୍ତିଭୂମି, ଗୋଷ୍ଠୀ ସଂପତ୍ତି, ପୂଜାପାଠ ସ୍ଥାନର ଉନ୍ନତିକରଣ କରାଯିବ । ଏଥି ସହିତ ଗ୍ରାମାଞ୍ଚଳରେ କ୍ରୀଡ଼ା ଭିତ୍ତିଭୂମି, କ୍ଷୁଦ୍ର ପର୍ଯ୍ୟଟନ ପ୍ରକଳ୍ପର ବିକାଶ ହେବ ବୋଲି ସରକାରଙ୍କ ତରଫରୁ କୁହାଯାଇଥିଲା । କିନ୍ତୁ ଏହି ଯୋଜନା କାର୍ଯ୍ୟକାରୀ ପ୍ରସଂଗରେ ଗ୍ରାମପଞ୍ଚାୟତ ଓ ଗ୍ରାମସଭାର ଭୂମିକାକୁ ହ୍ରାସ କରାଯାଇଛି ବୋଲି ଅଭିଯୋଗ ହୋଇଛି ।ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୨ ତାରିଖରେ ହେବାର ସମ୍ଭାବନା ରହିଛି

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…