ସଂସଦରେ ବିହାରର ‘ସାର୍‌’ ତାତି, ବିରୋଧୀଙ୍କ ହଙ୍ଗାମା: ୨ଟା ଯାଏ ଗୃହ ମୁଲତବୀ.

Spread the love

ଜେଏମଜେ ବ୍ୟୁରୋ : ମୌସୁମୀ ଅଧିବେଶନ ତୃତୀୟ ଦିନରେ ଅଚଳାବସ୍ଥା ଜାରି ରହିଛି । ବିହାରର ‘ସାର୍’କୁ ନେଇ ଉଭୟ ଗୃହରେ ବିରୋଧୀ ପ୍ରବଳ ହଙ୍ଗାମା କରିଥିଲେ । ହୋ-ହାଲ୍ଲାରେ କମ୍ପିଥିଲା ଉଭୟ ରାଜ୍ୟସଭା ଓ ଲୋକସଭା । ହାଉସ୍ ଚାଲି ନପାରିବାରୁ ଉଭୟ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ପ୍ରଥମ ୧୨ଟା ପରେ ଅପରାହ୍ନ ୨ଟା ଯାଏ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି ।

ସଂସଦ ବାହାର କଂଗ୍ରେସ, ସପା ସମେତ ବିରୋଧୀ ଦଳ କଳାବ୍ୟାଚ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ବା ଏସ୍ଆଇଆର୍ ବିରୋଧରେ ଶାସକକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ । ବିରୋଧୀ ଗୃହ ଚଲାଇ ଦେଉନାହାନ୍ତି ଲୋକତନ୍ତ୍ରକୁ ହଙ୍ଗାମା ତନ୍ତ୍ର କରିଛନ୍ତି ବୋଲି କହିଛି ଶାସକ ଦଳ ।

ସଂସଦର ମୌସୁମୀ ଅଧିବେଶନର ଆଜି ତୃତୀୟ ଦିନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (ଏସ୍ଆଇଆର)କୁ ନେଇ ବିରୋଧୀ ଦଳର ସଦସ୍ୟମାନେ ଉଭୟ ଗୃହ ଭିତରେ ଓ ବାହାରେ ପ୍ରବଳ ବିରୋଧ କରିଥିଲେ । ଏଥିସହିତ କିଛି ସାଂସଦ ପହଲଗାମ ଆକ୍ରମଣ ଓ ଅପରେସନ ସିନ୍ଦୂର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ଦାବିରେ ହଟ୍ଟଗୋଳ କରିଥିଲେ । ଗୃହରେ ଅଚଳାବସ୍ଥା ଲାଗି ରହିବାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଛି ।

ପ୍ରଥମେ ଲୋକସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳର ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକାର୍ଯ୍ୟକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓ ପରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଛି । ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ସମେତ ଅନ୍ୟ ନେତାମାନେ ସଂସଦ ବାହାରେ ବିହାରରେ ଚାଲିଥିବା ଏସ୍ଆଇଆର ବିରୋଧରେ ସ୍ଳୋଗାନ ଦେଇଥିଲେ । ସେହିଭଳି ରାଜ୍ୟସଭାରେ ମଧ୍ୟ ବିରୋଧୀ ଦଳର ସଦସ୍ୟମାନେ ଏସ୍ଆଇଆର ଉପରେ ଆଲୋଚନା ଦାବିରେ ହଟ୍ଟଗୋଳ କରିଥିଲେ ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 28 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 49 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 36 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ