ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

Spread the love

ଜେଏମଜେ ବ୍ୟୁରୋ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ।

ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଥିଲା।

ତେଣୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ। ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଥିଲା ଭିତରକନିକା। ଏହି ୩ ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି। ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର। ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ।

ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ। ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ଧଳା କୁମ୍ଭୀର ଗୋରୀ, ମଲ୍ଲୀ,ଶ୍ଵେତା , ଦେଶୀୟ ପକ୍ଷୀ, ନଦୀରେ ନୈାବିହାର ଓ ସ୍କାଏ ଓ୍ଵାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 29 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 50 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 37 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ