୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ରେ ଫସିଥିବା ୧୭ ପର୍ଯ୍ୟଟକ

Spread the love

ଜେଏମଜେ ବ୍ୟୁରୋ : ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର। ୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଏହି ପର୍ଯ୍ୟଟକ। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ରାତିସାରା ଚାଲିଥିଲା ଅପରେସନ୍। ଅପରେସନରେ ସାମିଲ୍ ହୋଇଥିଲେ ପୋଲିସ୍, ଅଗ୍ନିଶମ ଓ ବନ ବିଭାଗ କର୍ମଚାରୀ।

ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ଫସି ରହିଥିଲେ ଛତିଶଗଡ଼ର ୧୭ ପର୍ଯ୍ୟଟକ। ନୃସିଂହନାଥଠାରୁ ୫ କି.ମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଫସି ଯାଇଥିଲେ। ଫରେଷ୍ଟ ରେଞ୍ଜରଙ୍କ ନେତୃତ୍ୱରେ ଉଦ୍ଧାରକାରୀ ଦଳ ପର୍ଯ୍ୟଟକଙ୍କ ପାଖରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ତଳକୁ ଆଣିଲେ।

ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ଫସିଥିଲେ ୩ ଶିଶୁଙ୍କ ସମେତ ୧୭ ଛତିଶଗଡ଼ି ପର୍ଯ୍ୟଟକ। ପର୍ଯ୍ୟଟକମାନେ ହରିଶଙ୍କର ପଟୁ ପାହାଡ଼ ଚଢ଼ି ନୃସିଂହନାଥ ଆସୁଥିବା ବେଳେ, ରାସ୍ତା ଭୁଲି ଯାଇ ନୃସିଂହନାଥ ଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତଠାରୁ ପ୍ରାୟ ଦେଢ଼ କିଲୋମିଟର ଦୂରରେ ଫସି ରହିଥିଲେ। ଗତକାଲି ସନ୍ଧ୍ୟା ସାଢେ ୭ଟାରେ ନିକଟ ଟୋଲ୍ ଫ୍ରି ନମ୍ୱରକୁ ଫୋନ କରି ଜଙ୍ଗଲରେ ଫସିଯାଇଥିବା ସୂଚନା ଦେଇଥିଲେ।

ଏହି ଖବର ପାଇବା ପରେ ପାଇକମାଲ ପୋଲିସ, ଡିଭିଏଫ ଟିମ୍, ପାଇକମାଲ ଫରେଷ୍ଟ ଫୋର୍ସ ଉଦ୍ଧାର ପାଇଁ ପହଞ୍ଚିଥିଲେ। ହେଲେ ରାତି ବଢ଼ିବା ସହ ପ୍ରବଳ ବର୍ଷା ଯୋଗୁଁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଭୋରରୁ ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ପର୍ଯ୍ୟଟକଙ୍କ ମୋବାଇଲ ଲୋକେସନରୁ ସେମାନଙ୍କୁ ଟ୍ରାକ କରାଯାଇ ରେସକ୍ୟୁ କରାଯାଇଛି।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍