ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଦୁଇବର୍ଷିଆ ବିଏଡ୍ ପ୍ରାର୍ଥୀଙ୍କୁ ମିଳିବ ସୁଯୋଗ

Spread the love

ଜେଏମଜେ ବ୍ୟୁରୋ : କନିଷ୍ଠ ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ଦୁଇବର୍ଷିଆ ବିଏଡ୍ ପାଠ୍ୟକ୍ରମ‌ ସଂପୂର୍ଣ୍ଣ କରିଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସ୍ନାତକ ପରେ ଦୁଇବର୍ଷିଆ ବିଏଡ୍ (ସ୍ବତନ୍ତ୍ର ଶିକ୍ଷା) ପାସ୍ କରିଥିବା ଆବେଦନକାରୀଙ୍କୁ ଅଯୋଗ୍ୟ ଘୋଷଣା ସହିତ ତାଙ୍କ ପ୍ରାର୍ଥିତ୍ବ ଖାରଜ କରି ୨୦୨୪, ଜୁଲାଇ ୨୫ରେ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି। କନିଷ୍ଠ ଶିକ୍ଷକ ପଦ ପାଇଁ ୨୦୨୩, ସେପ୍ଟେମ୍ବର ୧୦ର ବିଜ୍ଞପ୍ତି ଆଧ‌ା‌ରରେ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାର ପ୍ରକାଶିତ ପ୍ରୋଭିଜନାଲ୍‌ ମେଧା ତାଲିକାରେ ଆବେଦନକାରୀଙ୍କ ନାଁ ପୁନଃସ୍ଥାପିତ କରାଯିବ। ଏହାପରେ ଆବେଦନକାରୀଙ୍କ ନିଯୁକ୍ତି ପ୍ରସଙ୍ଗରେ ପରବର୍ତ୍ତୀ କାର୍ଯ୍ୟାନୁ‌ଷ୍ଠାନ ଗ୍ରହଣ କରାଯିବ ବୋଲି ହାଇକୋର୍ଟ କହିଛନ୍ତି।

ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଓ ମାନସ ରଞ୍ଜନ ପାଠକଙ୍କୁ ନେଇ ଗଠିତ ଖଣ୍ଡପୀଠ ସନ୍ତୋଷ କୁମାର ବେହେରାଙ୍କ ତରଫରୁ ଦାୟର ରିଟ୍ ଅପିଲର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରାର୍ଥିତ୍ବ ଖାରଜ ନିର୍ଦ୍ଦେଶକୁ ବିରୋଧ କରି ଆବେଦନକାରୀ ଦାୟର କରିଥିବା ଆବେଦନକୁ ୨୦୨୪, ଅକ୍ଟୋବର ୪ରେ ଜଣିକିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଅଗ୍ରାହ୍ୟ କରିଥିଲେ। ଏହି ରାୟକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟର ଦୁଇଜଣିଆ ଖଣ୍ଡପୀଠରେ ରିଟ୍ ଅପିଲ ଦାୟର କରିଥିଲେ। ପୂର୍ବରୁ ସମାନ ଅବସ୍ଥାରେ ଥିବା ଅନ୍ୟ ପ୍ରାର୍ଥୀଙ୍କ ମାମଲାରେ ହାଇକୋର୍ଟର ଦୁଇଜଣିଆ ଖଣ୍ଡପୀଠ ପ୍ରଦାନ କରିଥିବା ୨୦୨୫, ଫେବ୍ରୁଆରି ୧୭ର ରାୟ ପ୍ରସଙ୍ଗରେ ଶୁଣାଣି ସମୟରେ ଆବେଦନକାରୀଙ୍କ ତରଫରୁ ଖଣ୍ଡପୀଠଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। 

ମାମଲାର ବିବରଣୀରୁ ପ୍ରକାଶ ଯେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶରେ ଓସେପା ପକ୍ଷରୁ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲଗୁଡ଼ିକରେ ପ୍ରାୟ ୨୦ ହଜାର କନିଷ୍ଠ ଶିକ୍ଷକ ପଦ ପୂରଣ ପାଇଁ ୨୦୨୩, ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ୨୦୨୩, ଅଗଷ୍ଟ ୨୨ରେ ପ୍ରକାଶିତ ସର୍ତ୍ତାବଳୀ ଲାଗୁ ହେବ ବୋଲି କୁହାଯାଇଥିଲା। ଏନ୍‌ସିଟିଇ ବିଜ୍ଞପ୍ତି ଅନୁସାରେ ଶିକ୍ଷାଗତ ଯୋଗ୍ୟତା ଧାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ପ୍ରାର୍ଥୀ ଅନ୍ୟ ଶିକ୍ଷାଗତ ଯୋଗ୍ୟତା ସହିତ ଏକବର୍ଷିଆ ବିଏଡ୍ (ସ୍ବତନ୍ତ୍ର ଶିକ୍ଷା) କରିଥିଲେ ଏହି ପଦବି ପାଇଁ ଆବେଦନ କରିପାରିବେ ବୋଲି ସ୍ପଷ୍ଟ କରାଯାଇଥିଲା। ଆବେଦନକାରୀ ଦୁଇବର୍ଷିଆ ବିଏଡ୍ (ସ୍ବତନ୍ତ୍ର ଶିକ୍ଷା) କରିଥିବା ବେଳେ ଏହି ପଦବି ପାଇଁ ଦରଖାସ୍ତ ଦାଖଲ କରିଥିଲେ। ପ୍ରକାଶିତ ଚିଠା ମେଧା ତାଲିକାରେ ଆବେଦନକାରୀ ସ୍ଥାନ ପାଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଏକବର୍ଷିଆ ବିଏଡ୍ କରି ନଥିବାରୁ ଆବେଦନକାରୀଙ୍କ ପ୍ରାର୍ଥିତ୍ବ ଖାରଜ କରାଯାଇଥିଲା।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍