ସୁଭଦ୍ରା’ରେ ସାମିଲ ହେବେ କୋଟିଆ ବାସିନ୍ଦା: ୧ କୋଟି ୨ ଲକ୍ଷ ୪୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟ୍‌କୁ ଟଙ୍କା ଯିବ

Spread the love

ଜେଏମଜେ ବ୍ୟୁରୋ : ଅଗଷ୍ଟ ୯ରେ ଜୟପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଖୀ ପୂର୍ଣ୍ଣିମା ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ରାଜ୍ୟର ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ବାଣ୍ଟିବେ ‘ସୁଭଦ୍ରା’ କିସ୍ତି। କୋଟିଆ ପଞ୍ଚାୟତର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରି ଉକ୍ତ ଦିନ ସହାୟତା ରାଶି ପ୍ରଦାନ କରାଯିବ। 
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଗୁଆ କୋଟିଆ ଯାଇ ‘ସୁଭଦ୍ରା’ ଏନ୍‌ରୋଲ୍‌ମେଣ୍ଟ ଚେକ୍ କରିବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଆରେ ଘରେ ଘରେ ‘ସୁଭଦ୍ରା’ ଟଙ୍କା ପହଞ୍ଚାଇବାକୁ ଗୁରୁତ୍ବ ଦେଇଛନ୍ତି ସରକାର। ଏବେ ସୁଦ୍ଧା ଯୋଜନାରେ ଯୋଡ଼ି ହୋଇଥିବା ହିତାଧିକାରୀଙ୍କୁ ଛାଡ଼ିଲେ ପର୍ଯ୍ୟାୟ କ୍ରମେ ବଞ୍ଚିତ ହୋଇଥିବା ୧ ଲକ୍ଷ ୮୮ ହଜାର ହିତାଧିକାରୀଙ୍କ ପାଇଁ ବ୍ୟବସ୍ଥା ହେବ। ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ମିଳିବ ‘ସୁଭଦ୍ରା’ କିସ୍ତି। ଯେଉଁମାନେ ଜିରୋ ଇନ୍‌କମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିବ, ସେମାନଙ୍କୁ ‘ସୁଭଦ୍ରା’ କିସ୍ତି ମିଳିବ ନାହିଁ। ଜୟପୁରରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ପହଞ୍ଚିବା ପରେ ସ୍ବତନ୍ତ୍ର ସମାବେଶ ଆୟୋଜିତ ହେବ। ‘ସୁଭଦ୍ରା’ ଟଙ୍କା ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ଯୋଜନାରେ ଉପକୃତ ହୋଇଥିବା ୫ ହିତାଧିକାରୀଙ୍କ ସହ ଆଲୋଚନା କରିବେ। ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ରାଖୀ ବାନ୍ଧିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 25 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 20 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 32 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 52 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 38 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ