ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ସାର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟ ପତ୍ର ମାଗଣାରେ ଯୋଗାଇବେ ସରକାର

Spread the love

ଜେଏମଜେ ବ୍ୟୁରୋ : ଖୁବଶୀଘ୍ର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ୟୁନିର୍ଫମ। ରାଜ୍ୟ ସରକାରଙ୍କର ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬) ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ୁ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ସାର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟ ପତ୍ର ମାଗଣାରେ ଯୋଗାଇ ଦିଆଯିବ।

ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମଗ୍ର ଶିକ୍ଷାର ସଂସ୍ଥା ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିପାଇଁ ଜଣେ ଛାତ୍ରୀଛାତ୍ରଙ୍କ ପିଛା ମୋଟ ୫୦୦ ଟଙ୍କା ଖର୍ଚ୍ଚ ହେବ । ଜଣେ ଛାତ୍ରୀଛାତ୍ରଙ୍କ ପିଛା ୨୦୦ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟ ପତ୍ର ବଣ୍ଟନ କରାଯିବ । ସରକାରୀ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ସମସ୍ତ ଛାତ୍ରୀ ତଥା ଅନୁସୂଚିତ ଜାତି ଓ ଜନଜାତି ଓ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ସମସ୍ତ ଛାତ୍ରମାନଙ୍କ କ୍ଷେତ୍ରରେ ମୋଟ ୫୦୦ଟଙ୍କା ମଧ୍ୟରୁ ୧୦୦ ଟଙ୍କା ସମଗ୍ର ଶିକ୍ଷା ଯୋଜନାରୁ ଭରଣା କରାଯାଉଥିବା ବେଳେ ବଳକା ୪୦୦ ଟଙ୍କା ରାଜ୍ୟ ସରକାରଙ୍କର ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଭରଣା କରାଯିବ । ଛାତ୍ରଛାତ୍ରୀମାନଙ୍କୁ ଏକ ହଳ କଳା ରଙ୍ଗର ଜୋତା ଓ ଦୁଇ ହଳ ଧଳା ରଙ୍ଗର ମୋଜା ବଣ୍ଟନ କରାଯିବ ।
ସେହିପରି ୧୦୦ ଜଣରୁ କମ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଦୁଇଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ମଧ୍ୟରୁ ଯେ କୌଣସି ଦୁଇଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ। ୧୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଚାରିଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ଲେଖାଏଁ ଟି-ସାର୍ଟ ସହିତ ଗୋଟିଏ ଲେଖାଏଁ ଟ୍ରାକ ପ୍ୟାଣ୍ଟ ଏବଂ ଗୋଟିଏ ଟୋପି ଲୋଗୋ ସହିତ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ପରିଚୟ ପତ୍ର ମଧ୍ୟ ବଣ୍ଟନ କରାଯିବ।ଶିକ୍ଷାବିତ, ବିିଶିଷ୍ଟ ବ୍ୟକ୍ତି ଏବଂ ସମାଜସେବୀଙ୍କ ଉପସ୍ଥିତିରେ ଜୋତା ଆଦି ଉପକରଣ ବଣ୍ଟନ କରାଯିବା ସହିତ ଏ ସମ୍ପର୍କିତ ଫଟୋ ଉତ୍ତୋଳନ କରାଯାଇ ସଂପୂର୍ଣ୍ଣ ବିବରଣୀ ରଖାଯିବ ।

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ