ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ବନ୍ଧା ହେଲେ ୬ ଜଣ ଅଭିଯୁକ୍ତ

Spread the love

ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ଓଡ଼ିଶା ପୁଲିସର କ୍ରାଇମ୍ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜୀତନ ମହାରାଣା, ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ।ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୬ ଜଣ ଅଭିଯୁକ୍ତଙ୍କ ଗିରଫ ନେଇ କ୍ରାଇମବ୍ରାଞ୍ଚ ଡିଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଡାଟା ଏଣ୍ଟ୍ରି ଅପରେଟର ଜରିଆରେ ପ୍ରଶ୍ନପତ୍ର ଲିକ୍ ହୋଇଛି। ବୋର୍ଡ ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଏଥିରେ ସମ୍ପୃକ୍ତି ରହିଛି। ତାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଯିବାର ପ୍ରମାଣ ମିଳିଛି। ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି।

ସୂଚନାଯୋଗ୍ୟ, ଗତ ୨୦ ତାରିଖ ଦିନ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା। ଏହା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିଲା। ରାଜ୍ୟରେ କାର୍ଯ୍ୟରତ ଶିକ୍ଷକମାନଙ୍କୁ ଆବଶ୍ୟକ ଯୋଗ୍ୟତା ହାସଲ ନିମନ୍ତେ ସୁଯୋଗ ଦେବାକୁ ଓଟିଇଟି ପରୀକ୍ଷା ହୋଇଥାନ୍ତା। ହେଲେ ପରୀକ୍ଷା ପୂର୍ବରୁ ବୋର୍ଡ ଏହାର ପ୍ରଶ୍ନପତ୍ର ଭାଇରାଲ ହେବା ପରେ ରାତି ଅଧିଆ ପରୀକ୍ଷାକୁ ସ୍ଥଗିତ ରଖିଥିଲା, ଯାହାକୁ ନେଇ ପରୀକ୍ଷାର୍ଥୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିନା ସୂଚନାରେ ବୋର୍ଡ ପରୀକ୍ଷାକୁ ବାତିଲ କରିଥିବାରୁ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଘଟଣାକୁ ନେଇ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲା। ପରୀକ୍ଷା ଦେବା ପାଇଁ ବିଭିନ୍ନ ଅଞ୍ଚଳରୁ ଶତାଧିକ ପରୀକ୍ଷାର୍ଥୀ ନିଜନିଜ ପରୀକ୍ଷା କେନ୍ଦ୍ରକୁ ଆସୁଥିଲେ ହେଲେ ପରୀକ୍ଷା କେନ୍ଦ୍ର ଫାଟକରେ ତାଲା ଆଉ ଆଗରେ ଲାଗିଥିବା ନୋଟିସ ପରୀକ୍ଷାର୍ଥୀଙ୍କୁ ନିରାଶ କରିଥିଲା। ନୋଟିସରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପରୀକ୍ଷା ବାତିଲ ହୋଇଥିବା ଉଲ୍ଲେଖ କରାଯାଇଥିବାବେଳେ, କାହିଁକି ଓ କେଉଁ କାରଣ ପାଇଁ ହଠାତ ପରୀକ୍ଷା ବାତିଲ ହେଲା ସେନେଇ ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ରାତି ଅଧିଆ ପରୀକ୍ଷା ବାତିଲ କରାଯାଇଥିବାରୁ ଏହାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଏହାରି ମଧ୍ୟରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି। ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ୬ ଜଣ ଅଧିକାରୀଙ୍କୁ ବଦଳି କରାଯାଇଛି।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 27 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 31 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 32 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 30 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ