ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ! ଥାନାରେ ମାମଲା

Spread the love

ଜେଏମଜେ ବ୍ୟୁରୋ : ଏକ ଅତ୍ୟନ୍ତ ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି । ଏହି ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରିସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରେ । ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୂରା ଘଟଣା ସାମ୍ନାକୁ ଆସିଛି ।

ଯନ୍ତ୍ରୀଙ୍କ ଅଭିଯୋଗ ଅନୁସାରେ, ଗତ ଜୁଲାଇ ୨୩ ତାରିଖ ରାତିରେ ସେ କାର୍ଯ୍ୟାଳୟରେ କାମ କରୁଥିବା ବେଳେ ପିଅନ ଭାବେ କାର୍ଯ୍ୟରତ ସୁବାଷ ଚନ୍ଦ୍ର ବେହେରାଙ୍କୁ ପିଇବା ପାଇଁ ପାଣି ମାଗିଥିଲେ । କିନ୍ତୁ ଅଭିଯୁକ୍ତ ପିଅନ ଜଣକ ଏକ ପାଣି ବୋତଲରେ ପରିସ୍ରା ଭର୍ତ୍ତି କରି ତାଙ୍କୁ ଦେଇଥିଲେ । କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଯନ୍ତ୍ରୀ ଜଣକ କିଛି ନ ଜାଣିପାରି ସେହି ପରିସ୍ରାକୁ ପିଇ ଦେଇଥିଲେ । ପିଇବା ପରେ ତାଙ୍କୁ କିଛି ଅସ୍ୱାଭାବିକ ଲାଗିବାରୁ ସେ ସନ୍ଦେହ କରିଥିଲେ । ପରେ ସେହି ପରିସ୍ରା ପିଇଥିବା ଜାଣିବା ପରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ମେଡିକାଲରୁ ସୁସ୍ଥ ହୋଇ ଫେରିବା ପରେ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏହି ଅମାନବୀୟ କାଣ୍ଡକୁ ନେଇ ଆର୍. ଉଦୟଗିରି ଥାନାରେ ଅଭିଯୁକ୍ତ ପିଅନ ସୁବାଷ ଚନ୍ଦ୍ର ବେହେରାଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ଏତଲାକୁ ଭିତ୍ତି କରି ଏକ ମାମଲା ରୁଜୁ କରିଛି । ତେବେ କେଉଁ କାରଣରୁ ପିଅନ ଜଣକ ଏଭଳି କାଣ୍ଡ ଘଟାଇଲେ, ତାହା ପୁଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ