ରାଜ୍ୟରେ ଲାଗୁ ହେବ କାମଧେନୁ ଯୋଜନା

Spread the love

ଜେଏମଜେ ବ୍ୟୁରୋ : ପୁଣି ବଡ ନିଷ୍ପତ୍ତି ନେଲେ ମୋହନ ସରକାର । ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା। ଜାତୀୟ ମୌସୁମୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ସୂଚନା ଦେଇଛନ୍ତି। କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା। ଗାଈଗୋରୁଙ୍କ ସ୍ବାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା ହୋଇଛି
ସେହିପରି ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା।
ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ଆରମ୍ଭ କରାଯିବ। ଏହା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍‌ବ୍ରିଡ୍‌ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍‌ ପ୍ରତିଷ୍ଠା କରାଯିବ। ଏଥିସହ ୨୦ ହଜାର ଦୁଗ୍ଧ ଚାଷୀଙ୍କୁ ରିହାତିରେ ବାଛୁରୀ ଖାଦ୍ୟ ଯୋଗାଇଦିଆଯିବ। ୧ ଲକ୍ଷ ଚାଷୀ ଦୁଧିଆଳୀ ଗାଈର ବୀମା ପାଇଁ ସହାୟତା ପାଇବେ। ଏସବୁକୁ ଦୃଷ୍ଟିରେ ରଖି ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ମୋଟ ଆବଣ୍ଟନ ୬୯୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ବଜେଟ ଅଭିଭାଷଣ ବେଳେ ସୂଚନା ଦେଇଥିଲେ।

ତେବେ ଓଡ଼ିଶାରେ ପ୍ରଥମ ଥର ପାଇଁ କ୍ଷମତାସୀନ ହୋଇଥିବା ଭାଜପା ସରକାର ଏହାକୁ ହୃଦୟଙ୍ଗମ କରି ନିଜ ପ୍ରଥମ ବଜେଟରେ ‘ସମୃଦ୍ଧ କୃଷକ ଯୋଜନା’ର ପରିକଳ୍ପନା କରିଛନ୍ତି। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ଗୁରୁବାର ବିଧାନସଭାରେ ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଥିଲେ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ