ପୁରୀ ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର

Spread the love

ଜେଏମଜେ ବ୍ୟୁରୋ : ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ମାସେ ଧରି ଚାଲିଥିଲା ତଦନ୍ତ । ୭୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା । ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଲେ ଉନ୍ନୟନ କମିଶନର ।

ଖବରମୁତାବକ, ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଗତ ଜୁନ ୨୯ ତାରିଖ ଭୋର ସକାଳୁ ଶରଧାବାଲିରେ ଦଳାଚକଟା ହୋଇଥିଲା ଓ ଏହି ଅଘଟଣରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିଲା । ପ୍ରତ୍ୟକ୍ଷଦର୍ଶୀମାନେ କହିଥିଲେ ଯେ, ଏହି ଭୟାବହ ଅଘଟଣ ଘଟିବା ସମୟରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ସେଠାରେ ନଥିଲା; ଯାହା ଦାୟିତ୍ୱରେ ଚରମ ଅବହେଳାକୁ ଦର୍ଶାଉଛି।

ସୂଚନାଥାଉକି, ତଦନ୍ତ ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଥିଲେ। ଉନ୍ନୟନ କମିଶନରଙ୍କ ନେତୃତ୍ବରେ ତଦନ୍ତ ପାଇଁ ଗଠନ କରାଯାଇଥିବା ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଥିଲା।

ତେବେ ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିଶନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ