ବଳଙ୍ଗା ପୀଡ଼ିତାଙ୍କ ବାପା କହିଲେ,ସରକାର ଯେତିକି ସହଯୋଗ କରିବା କଥା ସେତିକି କରିଛନ୍ତି.

Spread the love

ଜେଏମଜେ nପୁରୀ ଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ଯ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ସେ ପୁଲିସକୁ କ୍ଲିନ୍ ଚିଟ୍ ଦେଇ ତାଙ୍କର ଝିଅର ମୃତ୍ୟୁର କାରଣ କହିଛନ୍ତି।ପୀଡ଼ିତାଙ୍କ ବାପା କହିଛନ୍ତି ଯେ, ଝିଅର ମାନସିକ ଅବସ୍ଥା ଭଲ ନଥିଲା। ସେ ଚିନ୍ତାରେ ଥିଲା।

ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥି ପାଇଁ ଏମ୍ସ ଭୁବନେଶ୍ବରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା। ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ସେ ପରିବାର ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 28 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 34 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 32 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 30 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ