ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟଇ) ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଆସିଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।

ଆସନ୍ତା ୩୧ ତାରିଖ ଦିନ ସ୍ପେଶାଲ ଓଟିଇଟି ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ପ୍ରଥମ ସିଟିଂ ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍‌-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍‌-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୨୨ରୁ ୱେବସାଇଟ୍‌ରେ ପରୀକ୍ଷାର୍ଥୀ ନିଜ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ।

ସୂଚନାଯୋଗ୍ୟ, ଗତ ୨୦ ତାରିଖ ଦିନ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା। ଏହା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଥିଲା। ରାଜ୍ୟରେ କାର୍ଯ୍ୟରତ ଶିକ୍ଷକମାନଙ୍କୁ ଆବଶ୍ୟକ ଯୋଗ୍ୟତା ହାସଲ ନିମନ୍ତେ ସୁଯୋଗ ଦେବାକୁ ଓଟିଇଟି ପରୀକ୍ଷା ହୋଇଥାନ୍ତା। ହେଲେ ପରୀକ୍ଷା ପୂର୍ବରୁ ବୋର୍ଡ ଏହାର ପ୍ରଶ୍ନପତ୍ର ଭାଇରାଲ ହେବା ପରେ ରାତି ଅଧିଆ ପରୀକ୍ଷାକୁ ସ୍ଥଗିତ ରଖିଥିଲା, ଯାହାକୁ ନେଇ ପରୀକ୍ଷାର୍ଥୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିନା ସୂଚନାରେ ବୋର୍ଡ ପରୀକ୍ଷାକୁ ବାତିଲ କରିଥିବାରୁ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଘଟଣାକୁ ନେଇ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲା। ପରୀକ୍ଷା ଦେବା ପାଇଁ ବିଭିନ୍ନ ଅଞ୍ଚଳରୁ ଶତାଧିକ ପରୀକ୍ଷାର୍ଥୀ ନିଜନିଜ ପରୀକ୍ଷା କେନ୍ଦ୍ରକୁ ଆସୁଥିଲେ ହେଲେ ପରୀକ୍ଷା କେନ୍ଦ୍ର ଫାଟକରେ ତାଲା ଆଉ ଆଗରେ ଲାଗିଥିବା ନୋଟିସ ପରୀକ୍ଷାର୍ଥୀଙ୍କୁ ନିରାଶ କରିଥିଲା। ନୋଟିସରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପରୀକ୍ଷା ବାତିଲ ହୋଇଥିବା ଉଲ୍ଲେଖ କରାଯାଇଥିବାବେଳେ, କାହିଁକି ଓ କେଉଁ କାରଣ ପାଇଁ ହଠାତ ପରୀକ୍ଷା ବାତିଲ ହେଲା ସେନେଇ ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ରାତି ଅଧିଆ ପରୀକ୍ଷା ବାତିଲ କରାଯାଇଥିବାରୁ ଏହାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା।  ଏହାରି ମଧ୍ୟରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି। ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ୬ ଜଣ ଅଧିକାରୀଙ୍କୁ ବଦଳି କରାଯାଇଛି। ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କ୍ରାଇମବ୍ରାଞ୍ଚ ଏପର୍ଯ୍ୟନ୍ତ ୭ ଜଣଙ୍କୁ ଗିରଫ କରିଛି। 

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ