ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା କୁ ନେଇ ଆସନ୍ତା ୭ରେ ବିଜେଡିର ପୁରୀ ହରତାଳ ଡାକରା

Spread the love

ଜେଏମଜେ ବ୍ୟୁରୋ : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି। ପୀଡ଼ିତାଙ୍କ ମୃତ୍ୟୁ ଏବେ ରହସ୍ୟ ଘେରରେ ଥିବା ନେଇ ଅଭିଯୋଗ। ରାଜ୍ୟ ସରକାର ଜାଣିଶୁଣି ଅଭିଯୁକ୍ତଙ୍କୁ ଚିହ୍ନଟ କରୁ ନଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ବାପାଙ୍କ ଉପରେ କି ଚାପ ପଡ଼ିଲା ମତ ବଦଳାଇଲେ ଦେଲେ ବୋଲି ପ୍ରଶ୍ନ କଲା ବିଜେଡି।

ସୂଚନା ଅନୁସାରେ ବଳଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ଆଜି ବିଜେଡ଼ି ସାମ୍ବାଦିକ ସମ୍ମିଳନୀ କରିଛି। ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ଟା ଠାରୁ ଦିନ ୧୨ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ।

ପୋଲିସର ତଦନ୍ତ ଉପରେ ବିଜେଡ଼ିର ପ୍ରଶ୍ନବାଚୀ।‌ ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର ଉନ୍ମୋଚନ କରନ୍ତୁ। ରାଜ୍ୟ ସରକାର ଜାଣିଶୁଣି ଦୋଷୀକୁ ଚିହ୍ନଟ କରୁନଥିବା ବିଜେଡ଼ି ଅଭିଯୋଗ କରିଛି। ପୀଡ଼ିତାଙ୍କ ପରିବାର ଉପରେ କଣ ଚାପ ପଡିଲା ଯାହାଫଳରେ ତାଙ୍କ ବାପା ନିଜର ମତ ପରିବର୍ତ୍ତନ କରାଇଲେ। ତୁରନ୍ତ ଏହାର ସତ୍ୟତା ସାମ୍ନାକୁ ନଆସିଲେ ବିଜେଡ଼ି ଆନ୍ଦୋଳନ ଜାରି ରଖିବା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ପୁରୀ ଜିଲ୍ଲା ବିଜେଡ଼ି ସଭାପତି।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

    ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

    ନବୀନଙ୍କ ବିରୋଧରେ ପୋଲିସ ଲଗାଇଲେ ମୋହନ

    ନବୀନଙ୍କ ବିରୋଧରେ ପୋଲିସ ଲଗାଇଲେ ମୋହନ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।