ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ, ସ୍କୁଲ୍ ପିଛା ୭ କୋଟି ପର୍ଯ୍ୟନ୍ତ ଖର୍ଚ୍ଚ ହେବ

Spread the love

ଭୁବନେଶ୍ୱର:  ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରୁ ଜଣାଯାଇଛି ଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖା ଯାଇଛି ।ଯେଉଁ ସ୍କୁଲରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଥିବେ, ୨ ଏକରରୁ ଅଧିକ ଜମି ଉପଲବ୍ଧ ହେଉଥିବ, ଏବଂ ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେଉଥିବ, ସେହି ସ୍କୁଲ ଗୁଡିକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ନିର୍ମାଣ କରାଯିବ।

ବୈଠକରେ ମୁଖ୍ୟମନ୍ତ୍ରୀ, ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ହେଡକ୍ୱାର୍ଟର୍ସରେ ଭୌଗୋଳିକ ଅବସ୍ଥିତିକୁ ଦୃଷ୍ଟିରେ ରଖି ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ କରାଯିବ ଏବଂ ସାମାଜିକ-ଅର୍ଥନୈତିକ ପୃଷ୍ଠଭୂମିରେ ଜାତୀୟ ସ୍ତରୀୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବା ଏବଂ ଛାତ୍ରଛାତ୍ରୀଙ୍କ ଯିବା ଆସିବା ସୁବିଧା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଦୁର୍ଗମ ଓ ଦୂର ଅଂଚଳରେ ରହୁଥିବା ପିଲାଙ୍କ ଯିବା ଆସିବା ପାଇଁ ମାଗଣାରେ ପରିବହନ ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ