୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ.

Spread the love

ଜେଏମଜେ ବ୍ୟୁରୋ : ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ପାଇଁ ଏକ ରାଷ୍ଟ୍ରୀୟ ଉତ୍ସବ ଓ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ଗୁରୁତ୍ୱାରୋପ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସ୍ୱତନ୍ତ୍ର ସଂଖ୍ୟାକୁ ଏହି ଅବସରରେ ମୁଖ୍ୟ ଅତିଥି ଉନ୍ମୋଚନ କରିବେ। ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ପରାମର୍ଶ ଦେଇଛନ୍ତି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ