ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର: ସବୁ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି

Spread the love


ଜେଏମଜେ ବ୍ୟୁରୋ : ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ(ବାବୁ) ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍‌ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି।
ଚଳିତମାସ ୭ତାରିଖ ପୂର୍ବରୁ ସରକାରଙ୍କୁ ସମସ୍ତ ତଥ୍ୟ ଅବଗତ କରାଇବାକୁ ସେ ଦର୍ଶାଇଛନ୍ତି। ଏହାକୁ ନେଇ ସବୁ ବିଭାଗରେ ଏବେ ଘଣ୍ଟାଚକଟା ଆରମ୍ଭ ହୋଇଯାଇଛି। ବିଭାଗରେ କେତେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେନେଇ ଖୋଳତାଡ଼ ଆରମ୍ଭ ହୋଇଥିବାବେଳେ ସୋମବାର ଜଳସମ୍ପଦ ବିଭାଗ ପକ୍ଷରୁ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକୁ ନେଇ ଅତିରିକ୍ତ ସଚିବ ସମସ୍ତ ଅଧିକାରୀଙ୍କଠାରୁ ରିପୋର୍ଟ ଲୋଡ଼ିଛନ୍ତି।
ସବୁ ବିଭାଗୀୟ ସଚିବଙ୍କୁ ଓଏସ୍‌ଡି କଲ୍ୟାଣ କୁମାର ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି ଯେ, ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ଜଣାଉଛି କି ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଗତ ସଚିବସ୍ତରୀୟ ବୈଠକରେ ଆଲୋଚନା ହୋଇଥିଲା। ସେଥିମଧ୍ୟରେ କର୍ମଚାରୀଙ୍କ ଅବସରଠାରୁ ଆରମ୍ଭ କରି ବାଧ୍ୟତାମୂଳକ ଅବସର ପର୍ଯ୍ୟନ୍ତ, ପ୍ରଶାସନରେ ବୈଷୟିକ ପ୍ରଣୟନ, ନାଗରିକକୈନ୍ଦ୍ରିକ ସରକାରଙ୍କ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟସଚିବ ୧୨ଟି ବିଷୟ ଉପରେ ଏହାର ସ୍ଥିତାବସ୍ଥା ସମ୍ପର୍କରେ ଜାଣିବାକୁ ଚାହିଁଛନ୍ତି।
ସେ ଦର୍ଶାଇଛନ୍ତି, ପ୍ରତ୍ୟେକ ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାଯର୍ର୍‌ୟ ସମ୍ପାଦନା କରୁ ନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଏ ସମ୍ପର୍କରେ କେଉଁ ବିଭାଗ କେତେ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସମୀକ୍ଷା କରିଛି ଏବଂ କେତେଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି ତା’ର ବିବରଣୀ ପ୍ରଦାନ କରିବାକୁ ହେବ। ଏହାସହିତ କେତେଜଣ ସରକାରୀ
ଚାକିରିଆଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତା’ର ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଅପ୍‌ଲୋଡ୍‌ ହୋଇଛି କିମ୍ବା ଗଚ୍ଛିତ ରହିଛି ତା’ର ବିବରଣୀ ମଧ୍ୟ ଦେବାକୁ ପଡ଼ିବ। ସେହିପରି ଯେଉଁ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ଯଦି ସେ ପଦୋନ୍ନତି ପାଇବାକୁ ଯୋଗ୍ୟ ଅଛନ୍ତି ତାଙ୍କର ନାମ ପଦୋନ୍ନତି ତାଲିକାରେ ନ ଦର୍ଶାଇ କେବଳ ସିଲ୍‌ଡ କଭର ଭିତରେ ରଖାଯାଇପାରିବ ବୋଲି ସେ ଦର୍ଶାଇଛନ୍ତି।
ସେହିପରି ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଚାକିରିଆଙ୍କ ଅବସରଦିନ ପୂର୍ଣ୍ଣାଙ୍ଗ ପେନ୍‌ସନ ପ୍ରଦାନ କରାଯିବାକୁ କୁହାଯାଇଥିଲା। ତେଣୁ ସମ୍ପୃକ୍ତ ବିଭାଗରେ କେତେଜଣ ଚାକିରିଆ କେଉଁ ମାସରେ ଅବସର ନେଇଛନ୍ତି ଏବଂ କେତେଜଣଙ୍କୁ ବାସ୍ତବରେ ତାଙ୍କର ପେନ୍‌ସନ ପ୍ରମାଣପତ୍ର ପ୍ରଦାନ କରାଯାଇଛି ତା’ର ବିବରଣୀ ନିର୍ଦ୍ଦିଷ୍ଟ ଫର୍ମାଟରେ ଦେବାକୁ ହେବ।
ଏହାସହିତ ସରକାରଙ୍କ ପକ୍ଷରୁ ବିଭାଗୀୟ ସଚିବଙ୍କ ସହିତ ବରିଷ୍ଠ ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ କରିବାପାଇଁ କୁହାଯାଇଥିଲା। ଏହାକୁ ନେଇ କେଉଁ ଅଧିକାରୀ କେଉଁ ତାରିଖରେ କେଉଁ ସ୍ଥାନକୁ ଗନ୍ତବ୍ୟ କରିଛନ୍ତି ଏବଂ ତୃଣମୂଳସ୍ତରରେ ସରକାରଙ୍କ ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ କ’ଣ ତଥ୍ୟ ରହିଛି ତାହା ଜଣାଇବାକୁ ପତ୍ରରେ ଉଲ୍ଲେଖ ରହିଛି। ଏହାସହିତ କର୍ମଚାରୀଙ୍କ ଉପସ୍ଥାନ, ବିଭାଗଓ୍ବାରି କେତେ ପଦ ଖାଲି ରହିଛି ଭଳି ବିଭିନ୍ନ ଦିଗ ଉପରେ ହୋଇଥିବା ଆଲୋଚନାକୁ ନେଇ ବିବରଣୀ ପ୍ରଦାନ କରିବାକୁ ଓଏସ୍‌ଡି ପତ୍ରରେ ଦର୍ଶାଇଛନ୍ତି।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ