ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ – ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ: “ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର ‘ହସ୍ତତନ୍ତ କ୍ଷେତ୍ର’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ”, ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ହସ୍ତତନ୍ତ ମେଳା ‘ଏକତା’ କୁ ଉଦଘାଟନ କରିବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଅଗଷ୍ଟ ୭ ତାରିଖରୁ ଆରମ୍ଭ ହୋଇଥିବା ଏହି ହସ୍ତତନ୍ତ ମେଳା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ବଲିଉଡ ଚଳଚ୍ଚିତ୍ର ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ଏକ ବର୍ଷ ପାଇଁ ଓଡ଼ିଶା ହ୍ୟାଣ୍ଡଲୁମର ବ୍ରାଣ୍ଡ ଆମ୍ବାସାଡର ଭାବେ ଅନୁବନ୍ଧିତ କରାଯାଇଥିବା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଧୁରୀ ଦୀକ୍ଷିତଙ୍କ ସକ୍ରିୟ ସହଯୋଗରେ ଓଡ଼ିଶା ହସ୍ତତନ୍ତରୁ ପ୍ରସ୍ତୁତ ପୋଷାକ ଦେଶ ବିଦେଶର ଫ୍ୟାସନ ଜଗତରେ ପ୍ରତିଷ୍ଠା ଅର୍ଜନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାସନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ, ଆମର ବୟନ ସର୍ବଦା ଉତ୍କର୍ଷତା, ଆଧ୍ୟାତ୍ମିକତା ଓ ସଂସ୍କୃତିର ଜୟଗାନ କରିଆସିଛି। ହସ୍ତତନ୍ତ ଉନ୍ନୟନ ଯୋଜନା ମାଧ୍ୟମରେ ବୁଣାକାରମାନଙ୍କ ସାମାଜିକ ଓ ଆର୍ଥିକ ଅବସ୍ଥାକୁ ଉନ୍ନତ କରିବା ପାଇଁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି।”

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟର ୩୦ଟି ଜିଲ୍ଲାରେ ୧ ଲକ୍ଷ ୩୦ ହଜାରରୁ ଅଧିକ ବୁଣାକାର ଓ ସହାୟକ ହସ୍ତତନ୍ତ କ୍ଷେତ୍ରରେ ସିଧାସଳଖ ନିୟୋଜିତ ଅଛନ୍ତି। ପ୍ରାଥମିକ ବୁଣାକାର ସମବାୟ ସମିତି, ସ୍ଵୟଂ ସହାୟକ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ଜରିଆରେ ବୁଣାକାରମାନେ ସଂଗଠିତ ହୋଇ ବୟନ ଐତିହ୍ୟକୁ ବଜାୟ ରଖିବା ପାଇଁ କାର୍ଯ୍ୟ କରିଆସୁଛନ୍ତି। ପୂର୍ବ ଭାରତର ସର୍ବବୃହତ ଓଡ଼ିଶା ଟେକ୍ସଟାଇଲ କନକ୍ଲେଭରେ ରାଜ୍ୟରେ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ପାଇଁ ୭ ହଜାର ୮୦୮ କୋଟି ଟଙ୍କାର ପୁଞ୍ଜି ନିବେଶ ସହ ୩୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି ଏବଂ ଏହା ମାଧ୍ୟମରେ ଟେକ୍ସଟାଇଲ କ୍ଷେତ୍ରରେ ୫୩ ହଜାର ୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ବରଗଡ଼, କଟକରେ ଡାଇ ହାଉସ୍, ଗୋଦାମ, ଡିଜାଇନ୍ ଷ୍ଟୁଡିଓ, ଗୁଣବତ୍ତା ନିୟନ୍ତ୍ରଣ ପରୀକ୍ଷାଗାର ଭଳି ସାଧାରଣ ସୁବିଧା ସହିତ ହସ୍ତତନ୍ତ ପାର୍କ ବିକଶିତ କରାଯାଉଛି। ଉତ୍କର୍ଷତା ଏବଂ ନବସୃଜନ ପାଇଁ ଓଡ଼ିଶାର ୪୦ରୁ ଅଧିକ ମାଷ୍ଟର ବୁଣାକାରଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହସ୍ତତନ୍ତ ଦିବସର ମାସ୍କଟ ‘ରେଶା’ ଏବଂ ହସ୍ତତନ୍ତ ଶିଳ୍ପ ଉପରେ ଆଧାରିତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ଉନ୍ମୋଚନ କରିଥିଲେ। ଏହି ଅବସରରେ ରାଜ୍ୟର ହସ୍ତତନ୍ତ ବୁଣାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

କରିଥିଲେ। ସୂଚନା ଯୋଗ୍ୟ ଯେ ଏହି ହସ୍ତତନ୍ତ ମେଳା ଆଜିଠାରୁ ଆରମ୍ଭ ହୋଇ ୧୩ ଅଗଷ୍ଟ ପର୍ଯ୍ୟନ୍ତ ଜନତା ମୈଦାନ ଠାରେ ଚାଲିବ।

କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ କହିଥିଲେ, “ଏହି ଶିଳ୍ପ କେବଳ ବସ୍ତ୍ର ନୁହେଁ, ପ୍ରତ୍ୟେକ ଓଡ଼ିଆର ପରିଚୟ ଏବଂ ଏହା ହିଁ ଓଡ଼ିଆ ଅସ୍ମିତା। ହସ୍ତତନ୍ତ କେବଳ ଜୀବିକା ନୁହେଁ, ଏହା ହେଉଛି ଆମ ସଂସ୍କୃତି ଓ ଆମ ଜୀବନଶୈଳୀର ଏକ ଅଭିନ୍ନ ଅଙ୍ଗ।”

ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ତଥା ସମବାୟ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ରାଜ୍ୟ ସରକାରଙ୍କ ନେତୃତ୍ୱରେ ବୟନ ଶିଳ୍ପର ପରମ୍ପରାକୁ ବଜାୟ ରଖି ଏହାକୁ ଏକ ଆଧୁନିକ ବଜାର-ଚାହିଦା ଭିତ୍ତିକ ଉତ୍ପାଦରେ ପରିଣତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶାର ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଯୁବପିଢ଼ିଙ୍କୁ ଆହ୍ଵାନ କରିଥିଲେ ମନ୍ତ୍ରୀ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଭାଗୀୟ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଯୋଗ ଦେଇଥିଲେ।

  • jmjnewso

    Related Posts

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା…

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 29 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 22 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..