ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି :୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ବାଣ୍ଟିବେ ପ୍ରଥମ କିସ୍ତି ଟଙ୍କା

Spread the love

ଜେଏମଜେ ବ୍ୟୁରୋ : ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ନିଜ ଜନ୍ମଦିନରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ବାଣ୍ଟିବେ ପ୍ରଥମ କିସ୍ତି ଟଙ୍କା । ମୋଦିଙ୍କ ଗସ୍ତକୁ ନେଇ ସବୁଠି ଉତ୍ସାହ । ମଙ୍ଗଳବାର ୧୦ଟା ୫୦ ମିନିଟ୍ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ସେଠାରୁ ସିଧାସଳଖ ଗାଡକଣ ଯାଇ ପିଏମ୍ ଆବାସ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ ।
ପ୍ରାୟ ୩୦ ମିନିଟ ଧରି ହିତାଧିକାରୀଙ୍କ ସହ ଆଲୋଚନା କରିବେ ମୋଦି । ସେଠାରୁ ୧୧ଟା୪୫ ମିନିଟରେ ବାହାରି ୧୨ଟାରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ।

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି । ଯେଉଁଥିରେ ରହିଛି ୨୮୦୦ କୋଟିର ରେଳ ପ୍ରକଳ୍ପ, ୧୦୦୦ କୋଟିର ଜାତୀୟ ରାଜପଥ ପ୍ରକଳ୍ପ ଓ ସ୍ପୋର୍ଟସ ଭେଲିର ଶିଳାନ୍ୟାସ । ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଦେବେ । ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଓ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ । ଜନତା ମଇଦାନ କାର୍ଯ୍ୟକ୍ରମରେ ପାଖାପାଖି ଘଣ୍ଟାଏ ରହିବା ପରେ ୧ଟା୨୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଫେରି ଯିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

  • Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 34 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 65 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 29 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 78 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ