ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Spread the love

ଜେଏମଜେ ବ୍ୟୁରୋ : ଆଜି ଆସିବ ସୁଭଦ୍ରା ତୃତୀୟ କିସ୍ତି । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିବେ । ପରେ ସମସ୍ତ ଆକାଉଣ୍ଟକୁ ଟଙ୍କା ଯିବଆଜି ଏକକାଳୀନ ୧ କୋଟି ହିତାଧିକାରୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା । ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ସର୍ଭେ ହେବ ।

୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୂରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସଏସଇପିଡିକୁ ପଠାଇଛି । ସୂଚନାଯୋଗ୍ୟ ଯେ ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତବର୍ଷ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯାଇଥିଲା । ପ୍ରତିବର୍ଷ ରାଖୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସେହି ଆଧାରରେ ଆଜି ରାଖୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 49 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ