ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love


ବ୍ରହ୍ମପୁର : ଜେଏମଜେ ବ୍ୟୁରୋ : ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ସହରରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଆଜି ଠାରୁ ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଅଛନ୍ତି । ଶନିବାର ସକାଳେ କେନ୍ଦ୍ରମନ୍ତ୍ରୀ ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମାଆ ବୁଢୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି ।


ସେଠାରୁ କେନ୍ଦ୍ରମନ୍ତ୍ରୀ ରାମଲିଙ୍ଗେଶ୍ୱର ପାର୍କ ଅଭିମୁଖେ ଯାଇଥିଲେ। ପାର୍କରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ପାର୍କ ସମ୍ମୁଖରୁ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇ ଟାଉନ ହଲ ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ଶୋଭାଯାତ୍ରା ଶେଷ ହୋଇଥିଲା। ଏହାପରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ବିଜେପି ଜିଲ୍ଲା ସଭାପତି ସରୋଜ ସାବତ, ଯୁବ ବିଜେପି ସଭାପତି ଶିବ ନାୟକ ତିରଙ୍ଗା ରାଲିରେ ସାମିଲ ହୋଇଥିଲେ। ଏହାପରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଅଭିମୁଖେ ପ୍ରସ୍ଥାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଦିନ ୧୧ଟାରେ ବିଶ୍ଵବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଏହା ପରେ ଦିନ ୧ଟାରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରୁ ବାହାରି ଆଇଜର୍ (ଇଣ୍ଡିଆନ୍ ଇନିଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ) ଯିବେ। ଆଇଜର୍ ସମାବର୍ତ୍ତନ ଅପରାହ୍ନ ୩ଟାରେ ଆଇଜର ଉତ୍ସବରେ ଯୋଗଦେବେ ଅପରାହ୍ନ ୫ଟାରେ ଆଇଜର୍ ସେଣ୍ଟ୍ରାଲ୍ ଆନାଲିଟିକାଲ୍ ଫେସିଲିଟି, ବଏଜ୍ ହଷ୍ଟେଲ ଷ୍ଟାଫ୍ ଉଦ୍ଘାଟନ କରିବେ । ସନ୍ଧ୍ୟା ୬ଟା୩୦ରେ ଆଇଜର ସମୀକ୍ଷା ବୈଠକରେ ଯୋଗଦେଇ ଗୋପାଳପୁର ଫେରିବାର କାର୍ଯ୍ୟକ୍ରମ ରହିଛି ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 29 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 22 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..