ରାଜ୍ୟର କେଉଁ ସ୍କୁଲରେ ଅଛନ୍ତି କେତେ ଶିକ୍ଷକ? ତଥ୍ୟ ଦାଖଲ ପାଇଁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟର କେଉଁ ସ୍କୁଲରେ ଅଛନ୍ତି କେତେ ଶିକ୍ଷକ? ତଥ୍ୟ ଦାଖଲ ପାଇଁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବେଆଇନ ଭାବେ ଶିକ୍ଷକଙ୍କ ବଦଳି କରାଯାଉଥିବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି ।

ରାଜ୍ୟରେ ମୋଟ୍ କେତେ ଶିକ୍ଷକ ପଦବି ଖାଲି ରହିଛି ଓ ଏହି ପଦ ପୂରଣ ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ତଥ୍ୟ ଦାଖଲ ପାଇଁ ମୋହନ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବେଆଇନ ଭାବେ ଶିକ୍ଷକଙ୍କ ବଦଳି କରାଯାଉଥିବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି । ରାଜ୍ୟର ସମସ୍ତ ସ୍କୁଲରେ ୨୦୨୫ ଅଗଷ୍ଟ ୧ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ-ଶିକ୍ଷକ ଅନୁପାତ (ପିଟିଆର) ସଂପର୍କିତ ତଥ୍ୟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ସୀତାକାନ୍ତ ସାମଲଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି ଯେ ବହୁ ସମୟରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନଥିବା ସ୍କୁଲରୁ ଶିକ୍ଷକଙ୍କୁ ଅନ୍ୟ ସ୍କୁଲକୁ ବଦଳି କରାଯାଉଛି । ଏଥି ସହିତ ବଦଳି ଗାଇଡ୍‌ଲାଇନ୍ ଅନୁସାରେ ଶିକ୍ଷକଙ୍କ ଗୋଟିଏ ସ୍କୁଲରେ ଅବଧି ପୂରଣ ହେବା ପୂର୍ବରୁ ଅନ୍ୟତ୍ର ବଦଳି କରାଯାଉଛି । ଏଭଳି ସ୍ଥିତିରେ ବହୁ ସ୍କୁଲରେ ଛାତ୍ରଛାତ୍ରୀ-ଶିକ୍ଷକ ଅନୁପାତ ବଜାୟ ରଖାଯାଇପାରୁ ନାହିଁ । ଏହାଦ୍ଵାରା ଶିକ୍ଷାଦାନର ମାନ ପ୍ରଭାବିତ ହେଉଛି । କେନ୍ଦ୍ର ସରକାରଙ୍କ ନୂଆ ଶିକ୍ଷାନୀତିରେ ଛାତ୍ରଛାତ୍ରୀ-ଶିକ୍ଷକ ଅନୁପାତ ଧାର୍ଯ୍ୟ କରାଯାଇଛି । ବଢୁଥିବା ଶିଶୁଙ୍କୁ ପ୍ରଦାନ କରାଯାଉଥିବା ଗୁଣାତ୍ମକ ଶିକ୍ଷା ଉପରେ ଦେଶର ଭବିଷ୍ୟତ ନିର୍ଭର କରୁଛି । ପ୍ରସିଦ୍ଧ ପୁସ୍ତକ ‘ଗୋଲ୍ଡେନ୍ ଅପରଚୁନିଟି’ରେ ଏହି ପ୍ରସଙ୍ଗରେ ଆଲୋଚନା କରାଯାଇଛି । ଶିକ୍ଷା ଅଧିକାର ସମ୍ବିଧାନର ଧାରା ୨୧ର ଅଂଶବିଶେଷ ବୋଲି ସୁପ୍ରିମକୋର୍ଟଙ୍କ ରାୟ ରହିଛି । ଏଭଳି ଅଭାବକୁ କୋର୍ଟ ଜାଣିଶୁଣି ଅଣଦେଖା କରି ପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି ।

ଖାଲି ଏତିକି ନୁହେଁ, ନିଶ୍ଚିନ୍ତକୋଇଲି ବ୍ଲକ୍ ଅନ୍ତର୍ଗତ ବାପୁଜୀ ସରକାରୀ ହାଇସ୍କୁଲ୍‌ରେ କାର୍ଯ୍ୟରତ ସହକାରୀ ଶିକ୍ଷକ ସୀତାକାନ୍ତ ସାମଲଙ୍କୁ ବାଙ୍କୀ ବ୍ଲକ୍ ଅଧୀନ ବାଉଁଶପୁର ସରାକାରୀ ହାଇସ୍କୁଲକୁ ବଦଳି ପାଇଁ ଦିଆଯାଇଥିବା ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ପ୍ରଦାନ କରିଛନ୍ତି । ବର୍ତ୍ତମାନ କାର୍ଯ୍ୟରତ ସ୍କୁଲରେ ଆବେଦନକାରୀ କାର୍ଯ୍ୟ ଜାରି ରଖିବେ ବୋଲି ହାଇକୋର୍ଟ କହିଛନ୍ତି । ଏଥି ସହିତ ମାମଲାରେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, କଟକ ଜିଲ୍ଲା ଶିକ୍ଷା ଅଧିକାରୀ, ନିଶ୍ଚିନ୍ତକୋଇଲି ବ୍ଲକ ଶିକ୍ଷା ଅଧିକାରୀ, ବାପୁଜୀ ହାଇସ୍କୁଲ ପ୍ରଧାନଶିକ୍ଷକଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରି ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆବେଦନକାରୀଙ୍କୁ ଆକ୍ରୋଶମୂଳକ ଭାବେ ଜୁଲାଇ ୨୪ରେ ବଦଳି କରାଯାଇଥିବା ଦର୍ଶାଇ ଏହି

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 49 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ