ଆଜି ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ସମ୍ଭାବନା!

Spread the love

ଜେଏମଜେ ବ୍ୟୁରୋ : ଆଜି ଉପରାଷ୍ଟପ୍ରତି ପ୍ରାର୍ଥୀ ଘୋଷଣା କରିପାରେ ଏନଡିଏ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଉପସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହା, ଏବଂ ଏନଡିଏର ମନ୍ତ୍ରୀମାନଙ୍କ ନେଇ ଉଚ୍ଚସ୍ତରୀୟ ବୈଠକ ହେବାର ଅଛି । ଏହି ବୈଠକରେ କିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସେନେଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ।  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ  ବୈଠକ ହେବାର ଏନଡିଏର ବୈଠକ ହେବାର ଅଛି। ବୈଠକରେ ପରେ ଉପରାଷ୍ଟପ୍ରତି ପ୍ରାର୍ଥୀ ନେଇ ସଂସଦୀୟ ବ୍ୟାପର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ସୂଚନା ଦେବେ  ।
ଉପରାଷ୍ଟପ୍ରତି ପ୍ରାର୍ଥୀ ବିଜେପିରୁ ହିଁ ହେବେ ବୋଲି ପୂର୍ବରୁ ସୂଚନା ମଳିଥିଲା ।  ତେବେ କିଏ ପ୍ରାର୍ଥୀ ହେବେ ତାହା ଆଜି ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି ।  ତେବେ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବାର ଅଛି ।  ଅଗଷ୍ଟ ୨୧ ତାରିଖରେ ଉପରାଷ୍ଟପ୍ରତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ଉଭୟ ଲୋକସଭା ଏବଂ ରାଜ୍ୟସଭାର ସଦସ୍ୟଙ୍କ ଦ୍ବାରା ଇଲୋକ୍ଟୋରାଲ କଲେଜ ଦ୍ବାରା ନିର୍ବାଚିତ ହେବେ ଉପରାଷ୍ଟ୍ରପତି  । 
ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ପଦବୀରୁ ଇସ୍ତଫା ଦେଇଥିଲେ। ତେବେ ଉପରାଷ୍ଟ୍ରପତି ଦୌଡରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସବୁଠୁ ଆଗରେ ଥିବା କୁହାଯାଉଛି। ନୀତିଶଙ୍କ ବ୍ୟତୀତ, ପଛୁଆ ବର୍ଗର ରାମନାଥ ଠାକୁର, ଜେଡିୟୁର ହରୀବଂଶ ସିଂ, ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକ୍ସେନା, ଜାମ୍ମୁ କାଶ୍ମୀର ଉପରାଜ୍ୟପାଳ ନାମକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 39 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 34 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 25 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍