ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷାକଲେ ମୁଖ୍ୟମନ୍ତ୍ରୀ.

Spread the love

ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।

ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗଦେଇଥିଲେ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ