ଶ୍ରୀମନ୍ଦିର ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍: ବଢିଲା ସୁରକ୍ଷା ଚିନ୍ତା

Spread the love

ଜେଏମଜେ ବ୍ୟୁରୋ : କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ଶ୍ରୀମନ୍ଦିର ପରିକ୍ରମା ମାର୍ଗ । ଏହା ଶ୍ରୀମନ୍ଦିର ସିକ୍ୟୁରିଟି ଜୋନ୍ ଭାବେ ସରକାର ପ୍ରଶାସନିକ ରେକର୍ଡ କରିଛନ୍ତି । ହେଲେ ଏହି ସୁରକ୍ଷା ଜୋନ୍ ଭିତରେ ଅସାମାଜିକ ଉତ୍ପାତ ବଢ଼ି ଚାଲିଛି । ପରିକ୍ରମା ମାର୍ଗ କାନ୍ଥରେ ଆତଙ୍କବାଦୀ ଆକ୍ରମଣ ନେଇ ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି ।
ଯାହାକୁ ପଢ଼ିବା ପରେ ଶ୍ରଦ୍ଧାଳୁ ଛାନିଆ ହୋଇପଡ଼ିଛନ୍ତି । ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’ ବୋଲି ଦୁଇଟି ସ୍ଥାନରେ କଡ଼ା ଚେତାବନୀ ଦେଇ କେହି ଲେଖିଛି । ଏହା ଭିତରେ ପିଏମ୍ ମୋଦିଙ୍କ ନାମ ମଧ୍ୟ ଲେଖାଯାଇଛି । ଶ୍ରୀମନ୍ଦିର ଦକ୍ଷିଣପାର୍ଶ୍ୱ ପରିକ୍ରମା ମାର୍ଗରେ ଏହି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ବାଲିସାହି ପ୍ରବେଶ ପଥର ଠିକ୍ ଡାହାଣ ପଟେ ଥିବା ବୁଢ଼ି ମା’ ଠାକୁରାଣୀଙ୍କ କାନ୍ଥରେ ଦୁଇଟି ସ୍ଥାନରେ କେହି ଅସାମାଜିକ ଏହି ଧମକପୂର୍ଣ୍ଣ ଲେଖା ଲେଖିଛି । ଗୋଟିଏ ପାର୍ଶ୍ୱରେ ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’ ସାଙ୍ଗକୁ ଏକାଧିକ ଫୋନ୍ ନମ୍ବର ଓ ଏହା ପାର୍ଶ୍ୱରେ ଫୋନ୍ କର, ନକଲେ ପୁରୀ ରହିବ, କୁଳ ବୁଡ଼ିବ, ଆତଙ୍କବାଦୀ ପ୍ରଭୃତି ଲେଖାଯାଇଛି ।

ସେହିପରି ଅନ୍ୟ ପାର୍ଶ୍ୱରେ ପୁଲିସ ନାଁ ସହ ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ ବୋଲି ଲେଖା ଯାଇଛି । ଏଠାରେ ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍କୁ ମଧ୍ୟ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି । ଏହି ସ୍ଥାନରେ ଏକାଧିକ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ କିଏ ଆତଙ୍କବାଦୀଙ୍କ ନାମ ନେଇ ଏହି ଧମକପୂର୍ଣ୍ଣ ଲେଖା ଖଡ଼ିରେ ଲେଖିଛି ତାହାକୁ ନେଇ ସ୍ଥାନୀୟ ଲୋକେ ମଧ୍ୟ ତାଜୁବ୍ । ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବାରମ୍ବାର ଗୃହ ମନ୍ତ୍ରଣାଳୟ ଓ ଏନ୍ଏସ୍ଜି ପକ୍ଷରୁ ପରାମର୍ଶ ଦିଆଯାଇଛି । ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଲାଗିଥିବା ସମସ୍ତ ସିସିଟିଭି କାର୍ଯ୍ୟକ୍ଷମ ହେଲାନି । କେବଳ ଲୋକ ଦେଖାଣିଆ ଭାବେ କୋଟି କୋଟି ଟଙ୍କା ଖର୍ଚ୍ଚରେ ଏହାକୁ ଲଗାଯାଇଛି । ନେଇ ସ୍ଥାନୀୟ ବାସିନ୍ଦା ତଥା ଶ୍ରୀମନ୍ଦିର ପୁରୋହିତ ବିଶ୍ୱଜିତ୍ ମହାପାତ୍ର କହିଛନ୍ତି, ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉନି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ