ଗ୍ରାମପଞ୍ଚାୟତ ଓ ରାଜସ୍ବ ଗ୍ରାମ ସଂଖ୍ୟା ବୃଦ୍ଧି ପାଇବ…ରାଜ୍ୟପାଳ ଦେଲେ ପରାମର୍ଶ।

Spread the love

ଜେଏମଜେ ବ୍ୟୁରୋ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ। ଏଥି ପାଇଁ ଗ୍ରାମପଞ୍ଚାୟତ ଓ ରାଜସ୍ବ ଗ୍ରାମ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ପରାମର୍ଶ ଦେଇଛନ୍ତି। ଏ ଦିଗରେ ଅନୁଧ୍ୟାନ କରିବାକୁ ରାଜ୍ୟପାଳ ସରକାରଙ୍କୁ କହିବା ସହ ପଞ୍ଚାୟତ ପରିସର ଓ ଲୋକସଂଖ୍ୟା କମ୍ ରହିଲେ ସରକାରୀ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ସହଜ‌ ହୋଇପାରିବ ବୋଲି ମତ ଦେଇଛନ୍ତି।

ରାଜଭବନର ନ୍ୟୁ ଅଭିଷେକ ହଲ୍‌ରେ ପଞ୍ଚ‌ାୟତିରାଜ ଓ ପାନୀୟ ଜଳ ବିଭାଗ କାର୍ଯ୍ୟାବଳୀର ସମୀକ୍ଷା କରି ସରକ‌ାରଙ୍କ ପ୍ରତ୍ୟେକ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ଜଳ ଜୀବନ ମିସନ୍‌ ଯୋଜନା ଅନ୍ତର୍ଗତ ଗ୍ରାମୀଣ ଘରୋଇ ପାଇପ୍ ଜଳ ସଂଯୋଗ କ୍ଷେତ୍ରରେ ଅଗ୍ରଗତି ସଂପର୍କରେ ବିଶଦ ଭାବେ ସମୀକ୍ଷା କରିଥିଲେ। ବିଭିନ୍ନ କାର୍ଯ୍ୟନିର୍ବାହୀ ସଂସ୍ଥା ସମ୍ମୁଖୀନ ହେଉଥିବା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ।

ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ମାନ, ସମୟୋଚିତ କାର୍ଯ୍ୟ ସମାପନ ଓ ଦୀର୍ଘକାଳୀନ ସ୍ଥାୟିତ୍ୱ ସୁନିଶ୍ଚିତ କରିବା ଉପରେ ରାଜ୍ୟପାଳ ଗୁରୁତ୍ବାରୋପ କରିଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ଠିକ୍ ରୂପାୟନ ଜୀବନ ଧାରଣର ମାନରେ ଉନ୍ନତି ଆଣିପାରିବ ବୋଲି କହିଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ପଞ୍ଚାୟତିରାଜ ସଂସ୍ଥାକୁ ସୁଦୃଢ଼ କରିବା ଓ ଗ୍ରାମୀଣ ବିକାଶକୁ ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ସଂପର୍କରେ କହିଥିଲେ। ବିଭାଗୀୟ ଶାସନ ସଚିବ ଏସ. ଏନ୍‌.ଗିରୀଶ ବିଭାଗୀୟ କାର୍ଯ୍ୟକ୍ରମର ବିବରଣୀ ଉପସ୍ଥାପନ କରିଥିଲେ। ରାଜ୍ୟପାଳଙ୍କ ସଚିବ ରୂପାରୋଶନ ସାହୁ ଓ ବିଭାଗୀୟ ପଦସ୍ଥ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ