ସରିଲା ରାଜ୍ୟ କ୍ୟାବିନେଟ: ୭ ପ୍ରସ୍ତାବରେ ବାଜିଲା ମୋହର

Spread the love

ଜେଏମଜେ ବ୍ୟୁରୋ : ସରିଲା କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟରେ ୭ ପ୍ରସ୍ତାବରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ୩୮ଟି ଆଧୁନିକ ମଣ୍ଡି ନିର୍ମାଣ କରିବେ ସରକାର । ଏଥିପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଆରଏମସି ୧୫୦ କୋଟି ଟଙ୍କା ଖର୍ଚ୍ଚ କରିବ । ରାଜ୍ୟ ସରକାର ୨ ବର୍ଷରେ ୧୫୦ କୋଟି ଦେବେ ।

ମଣ୍ଡି ଗୁଡିକରେ ଷ୍ଟୋରେଜ ସୁବିଧା ରହିବ । ଧାନର କ୍ୱାଲିଟି ଟେଷ୍ଟିଂ ସୁବିଧା ରହିବ ।ରାଜ୍ୟରେ ଖୋଲିବ ୭ଟି ନର୍ସିଂ କଲେଜ । ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପର ଅନୁମୋଦନ ମିଳିଛି । ବିମାନ ମରାମତି କେଦ୍ର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ସଂଗ୍ରହାଳୟ ପରିଚାଳନା ପାଇଁ କ୍ୟାଡର ନିୟମାବଳୀକୁ ଅନୁମତି ଦିଆଯାଇଛି । ନୂଆ ନୂଆ ମ୍ୟୁଜିୟମ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି । ସହରାଞ୍ଚଳରେ ଏଲଇଡି ଲାଇଟ ବ୍ୟବସ୍ଥା କରାଯିବ ।

ସୂଚନାଥାଉକି ଆଜି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା lମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୬ ଟି ବିଭାଗର ୭ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି lଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ସମବାୟ ବିଭାଗ ର ୧ ଟି, ଅର୍ଥ ବିଭାଗର ୧ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୨ ଟି, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧ଟି ଏହିପରି ମୋଟ ୭ଟି ପ୍ରସ୍ତାବ ଆଗତ ପୂର୍ବକ ସମସ୍ତ ପ୍ରସ୍ତାବ କ୍ୟାବିନେଟ ବୈଠକ ରେ ପାରିତ ହୋଇଛି l

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ