୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି 

Spread the love

ଭୁବନେଶ୍ବର: ରାଜ୍ୟ ସରକାର ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ ଅନୁଗୁଳଜିଲ୍ଲା ପାଳଲହଡ଼ା, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର, ବାଲେଶ୍ବର ଜିଲ୍ଲା ବସ୍ତା, ମୟୂରଭଂଜ ଜିଲ୍ଲା ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା, ରାୟଗଡ଼ା ଜିଲ୍ଲା ବିଶମକଟକ, ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଓ ବାମରା, ଭଦ୍ରକ ଜିଲ୍ଲା ତିହିଡ଼ି ଓ ଧୁଷୁରୀ, ବାଲେଶ୍ବର ଜିଲ୍ଲା ସିମୁଳିଆ ସାମିଲ ରହିଛି।

ସୂଚନାଯୋଗ୍ୟ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗତ ଜୁନ ମାସ ୧୧ ତାରିଖ ଦିନ କହିଥିଲେ ଯେ, ରାଜ୍ୟ ସରକାର ଖୁବ୍‌ଶୀଘ୍ର ରାଜ୍ୟବାସୀଙ୍କୁ ୧୦ରୁ ଅଧିକ ଏନ୍‌ଏସି ଏବଂ ୨ରୁ ଅଧିକ ପୌରପାଳିକା ଭେଟିଦେବେ। ଗୃହନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ମହାପାତ୍ର କହିଥିଲେ ଯେ ରାଜ୍ୟରେ ନୂଆ ଏନ୍‌ଏସି ଏବଂ ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ନେଇ ଜିଲ୍ଲାପାଳମାନଙ୍କୁ ଫିଜିବିଲିଟି ରିପୋର୍ଟ ମଗାଯାଇଥିଲା। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଆମେ ଏନ୍‌ଓସି ପାଇଁ ଏହାକୁ ପଞ୍ଚାୟତିରାଜ ବିଭାଗକୁ ପଠାଇଥିଲୁ। ପଞ୍ଚାୟତିରାଜ ବିଭାଗ ଏବେ ଏନ୍‌ଓସି ଦେଇଥିବାରୁ ଖୁବ୍‌ଶୀଘ୍ର ନୂଆ ଏନ୍‌ଏସି ଘୋଷଣା ହେବ। ସେହିପରି ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପ୍ରସ୍ତୁତି ଶେଷ ହୋଇଥିବାରୁ ଏହାକୁ ମଧ୍ୟ ଘୋଷଣା କରାଯିବ। ଏହାପରେ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍