ବିଜେପି ଶିବିରରେ ବରିଷ୍ଠ ବିଜେଡି ନେତା: ଚର୍ଚ୍ଚାରେ ଗଞ୍ଜାମ ରାଜନୀତି!

Spread the love

ଜେଏମଜେ ବ୍ୟୁରୋ : ବିଜେପି ଶିବିରରେ ବରିଷ୍ଠ ବିଜେଡି ନେତା ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ । ଯାହାକୁ ନେଇ ଗଞ୍ଜାମ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି । ଏହା ଏବେ ରାଜନୈତିକ ମହଲ ଏବଂ ଗଞ୍ଜାମ ଜିଲ୍ଲାରେ ଚର୍ଚ୍ଚାକୁ ଖୋରାକ ଯୋଗାଇଛି । ଚ୍ୟାଉପଟ୍ଟନାୟକ କ’ଣ ବିଜେପିରେ ସାମିଲ ପାଇଁ ପ୍ରସ୍ତୁତ ହେଉଛନ୍ତି କି ? ଆଗକୁ ପଞ୍ଚାୟତ ଏବଂ ପୌର ନିର୍ବାଚନ ରହିଥିବା ବେଳେ ଚ୍ୟାଉପଟ୍ଟନାୟକଙ୍କ ଏଭଳି ମନସ୍ତାପ ବିଜେଡି ପାଇଁ ଭାରି ପଡିଯିବନି ତ ?

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥୀ ଅବସରରେ ଗଞ୍ଜାମ ଜିଲ୍ଲା ବିଜେପି ପକ୍ଷରୁ ବ୍ରହ୍ମପୁର ରାମଲିଙ୍ଗେଶ୍ୱର ପାର୍କ ପରିସରରେ ଆୟୋଜିତ ହୋଇଥିଲା ସ୍ମୃତିସଭା । ଯେଉଁ ସଭାରେ ବିଜେପି ଜିଲ୍ଲା ସଭାପତି, ପୂର୍ବତନ ଜିଲ୍ଲା ସଭାପତି ଏବଂ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାରଙ୍କ ସହିତ ବିଜେପିର ବହୁ ନେତା ଉପସ୍ଥିତି ଥିଲେ । ଏହି ସଭାରେ ବିଜୁ ଜନତା ଦଳର ପୂର୍ବତନ ଜିଲ୍ଲା ସଭାପତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଯୋଗ ଦେଇଥିଲେ । ଚ୍ୟାଉପଟ୍ଟନାୟକ ଯୋଗଦେବାକୁ ନେଇ ଉଭୟ ବିଜେଡି ଏବଂ ବିଜେପି ଶିବିରରେ ସୃଷ୍ଟି ହୋଇଛି ହଡ଼କମ୍ପ ।

ଚ୍ୟାଉପଟ୍ଟନାୟକଙ୍କୁ ନିକଟରେ ବିଜେଡି ଦଳ ଅଣଦେଖା କରିବା ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ଦେଖା ଦେଇଥିଲା । ଦୀର୍ଘ ସମୟ ଧରି ସେ ଗଞ୍ଜାମ ଜିଲ୍ଲା ସଭାପତି ଦାୟିତ୍ୱରେ ରହି କାର୍ଯ୍ୟଭାର ସମ୍ଭାଳିଥିବା ବେଳେ ଦଳ ବର୍ତ୍ତମାନ ଯୁବନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଦାୟିତ୍ୱ ଦେଇଛି । ସେପଟେ ଚ୍ୟାଉପଟ୍ଟନାୟକ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀ ହେଉଛନ୍ତି ବିଶ୍ୱ ସ୍ତରୀୟ ନେତା । ଦଳ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ତାଙ୍କୁ ମାନନ୍ତି. ବ୍ରହ୍ମପୁର ଗସ୍ତ ସମୟରେ ତାଙ୍କୁ ଫୁଲତୋଡ଼ା ଦେଇଥିଲି । ଏଭଳି ଏକ ବିରଳ ବ୍ୟକ୍ତିତ୍ୱ ନେତାଙ୍କ ପୁଣ୍ୟତିଥି ଅବସରରେ ଯୋଗ ଦେଇଥିଲି ବୋଲି ବରିଷ୍ଠ ବିଜେଡି ନେତା ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ କହିଛନ୍ତି ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍