ନବୀନ ପଟ୍ଟନାୟକ ଙ୍କ ବିରୁଦ୍ଧରେ ଜୟନାରାୟଣ ଙ୍କ ବିସ୍ପୋରକ ବୟାନ.

Spread the love

ଜେଏମଜେ ବ୍ୟୁରୋ : ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏକ ବିସ୍ଫୋରକ ବୟାନ ଦେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଜୟନାରାୟଣ ଅଭିଯୋଗ କରିଛନ୍ତି ଯେ ନବୀନ ପଟ୍ଟନାୟକ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ, ଯେଉଁଥିପାଇଁ ସେ ନବୀନଙ୍କୁ ଭେଟିବାକୁ ତାଙ୍କ ନିବାସ କିମ୍ବା ହସ୍ପିଟାଲ ଯିବେ ନାହିଁ।

ଜୟନାରାୟଣ ମିଶ୍ର କହିଛନ୍ତି, “ମୁଁ ନବୀନ ବାବୁଙ୍କୁ ଦେଖା କରିବାକୁ ହସ୍ପିଟାଲ ଯିବି ନାହିଁ। ସେଠାକୁ ଗଲେ ପାଣ୍ଡିଆନ୍ ତଡି ଦେଉଛନ୍ତି। ନବୀନଙ୍କ ନିବାସକୁ ମଧ୍ୟ ମୁଁ ଯିବି ନାହିଁ। ସେ ମୋତେ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ।” ସେ ଆହୁରି କହିଛନ୍ତି, “ମୁଁ ତାଙ୍କର ଦୀର୍ଘାୟୁ କାମନା କରୁଛି। ସେ ବଞ୍ଚି ରୁହନ୍ତୁ, ଯାହା ଫଳରେ ବାରମ୍ବାର ଏମିତି ହାରୁଥିବା ଦେଖି ପାରିବେ।”

ଏହା ସହିତ ଜୟନାରାୟଣ ମିଶ୍ର ଅଭିଯୋଗ କରିଛନ୍ତି ଯେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ନେତାମାନଙ୍କୁ ମେଡିକାଲରେ ପୁରେଇ ଦିଆଯାଉ ନାହିଁ ଏବଂ ବାଡ଼େଇ ବାହାର କରି ଦିଆଯାଉଛି। ଏହି ବୟାନ ଓଡ଼ିଶା ରାଜନୀତିରେ ଏକ ନୂଆ ବିବାଦ ସୃଷ୍ଟି କରିଛି, ଯାହା ଭାଜପା ଓ ବିଜେଡି ମଧ୍ୟରେ ଚାଲିଥିବା ରାଜନୈତିକ ସଂଘର୍ଷକୁ ଆହୁରି ତୀବ୍ର କରିପାରେ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026