ମହିଳା ଓ ଶିଶୁ ସୁରକ୍ଷା ପ୍ରତି ଗୁରୁତ୍ୱ: ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ସ୍ବେଚ୍ଛାସେବୀ

Spread the love

ଜେଏମଜେ ବ୍ୟୁରୋ : ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ସରକାରଙ୍କ ବଡ ପଦକ୍ଷେପ । ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । କୌଣସି ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ତ୍ବରିତ ନ୍ୟାୟ ଦେବାରେ ସାହାଯ୍ୟ କରିବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗ ବୈଠକ ହୋଇଛି । ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି । ବୈଠକରେ ଆଇନ ମନ୍ତ୍ରୀ, ଲିଗାଲ ସର୍ଭିସ ଅଥରିଟିର ଅଧିକାରୀ ଉପସ୍ଥିତ ଥିଲେ । ଗାଁରେ ରହୁଥିବା ସାଧାରଣ ପରିବାର ଏବଂ ଜନଜାତି ପରିବାରଙ୍କୁ ନ୍ୟାୟିକ ଅଧିକାର ଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି । 

ଏହି ଅଧିକାର ବାବଦରେ ସାଧାରଣ ମହିଳାଙ୍କୁ ସଚେତନତା କରିବେ ସରକାର । ଏହି କାମରେ ଅଙ୍ଗନବାଡି କର୍ମୀଙ୍କୁ ମଧ୍ୟ ସାମିଲ କରାଯିବ । କୌଣସି ମହିଳା ଅସୁବିଧାର ସମ୍ମୁଖୀନ, ନିର୍ଯାତନା କିମ୍ଭା ଘରୋଇ ହିଂସାର ଶିକାର ହେଲେ ପ୍ରାରମ୍ଭିକ ଭାବେ ପାରା ଲିଗାଲ ଭଲ୍ୟଣ୍ଟରଙ୍କୁ ଜଣାଇବେ । ନ୍ୟାୟିକ ଦିଗ ନେଇ ଭଲ୍ୟୁଣ୍ଟର ତାଙ୍କୁ ସାହାଯ୍ୟ କରିବେ । ସମସ୍ୟାକୁ ଥାନା ଏବଂ କୋର୍ଟ ପର୍ଯ୍ୟନ୍ତ ପହଞ୍ଚାଇବେ । ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଏବଂ ଏସସିଏସଟି ବିଭାଗକୁ ଯୋଡ଼ାଯିବ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍