କେବେ ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ? କୁଆଡ଼େ ଗଲା ସରକାର ଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା?

Spread the love

ଜେଏମଜେ ବ୍ୟୁରୋ : ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ପାଇଁ ପ୍ରାୟ ବର୍ଷେ ହେଲା ଯୋଜନା ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ନା କାମ ସରୁଛି ନା ଶ୍ରଦ୍ଧାଳୁ ଧାଡ଼ିରେ ଯାଇ ଶୃଙ୍ଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ କରିପାରୁଛନ୍ତି । ଆଗକୁ କାର୍ତ୍ତିକ ମାସ ଆସୁଥିବାରୁ କେବେ ଧାଡ଼ି ଦର୍ଶନ ବ୍ୟବସ୍ଥା ହେବ ସେନେଇ ଉଠିଲାଣି ପ୍ରଶ୍ନ ।

ଆଗକୁ ଆସୁଛି ପାର୍ବଣ ସହ କାର୍ତ୍ତିକ ମାସ । ଲକ୍ଷାଧିକ ଭକ୍ତ ପୁରୀ ଆସିବେ। ବାହାରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଧାଡ଼ି ବ୍ୟବସ୍ଥା ଥିବା ବେଳେ ଭିତର ଦର୍ଶନ ଅଦ୍ୟାବଧି ହୋଇପାରିଲା ନାହିଁ । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ, ଜାନୁଆରିରୁ ପୁରୀରେ ଭିତର ଦର୍ଶନ ଲାଗି ଧାଡ଼ି ବ୍ୟବସ୍ଥା ଲାଗୁ ହେବ। କିନ୍ତୁ ଜାନୁଆରିରୁ ଅଗଷ୍ଟ ସରିବାକୁ ବସିଲାଣି, ଧାଡ଼ି ବ୍ୟବସ୍ଥା ହୋଇପାରିଲାନି । ୧୬ ପିଲାର ବିଶିଷ୍ଟ ଅଞ୍ଚଳରେ ୬ ଥାକିଆ ଦର୍ଶନ ବ୍ୟବସ୍ଥା ଆପଣାଇବାକୁ ଆରମ୍ଭ ହୋଇଥିଲା ପ୍ରୟାସ । ଭିତର ଦର୍ଶନ ସମୟରେ ସାତ ପାହାଚ ଦ୍ଵାରରେ ପ୍ରବେଶ କରି ଭକ୍ତ ଘଣ୍ଟି ଦ୍ଵାର ଓ ଗାରଦ ଦ୍ଵାରରେ ବାହାରି ପାରିବେ। ଘଣ୍ଟି ଦ୍ଵାରରେ ମହିଳା ଓ ବରିଷ୍ଠ ନାଗରିକ, ଗାରଦ ଦ୍ଵାରରେ ପୁରୁଷଙ୍କ ପାଇଁ ପ୍ରସ୍ଥାନ ରହିବ। କିନ୍ତୁ କିଛି ଆଇନଗତ ସମସ୍ୟା ଯୋଗୁଁ ଏହା ଏଯାଏଁ କାର୍ଯ୍ୟକାରୀ ହୋଇପାରିଲା ନାହିଁ ।

ତେବେ ଶ୍ରୀମନ୍ଦିର ଭିତରେ ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି । ଧାଡ଼ି ଦର୍ଶନ ବ୍ୟବସ୍ଥାରେ ସମସ୍ୟା ହେଉଛି ବୋଲି କହିଥିବା ବେଳେ ଧାଡ଼ି ଦର୍ଶନ ପାଇଁ ଜଗମୋହନରେ ଥିବା ହୁଣ୍ଡିର ସ୍ଥାନାନ୍ତର ଦରକାର
-ଏଥିଲାଗି ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିସ କରିବ
-ସରକାର ତଥା ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବେ
-ପରିଚାଳନା କମିଟି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି
-ଖୁବ୍‌ଶୀଘ୍ର ପରିଚାଳନା କମିଟି ଘୋଷଣା ହେବ
-କମିଟିର ଅନୁମୋଦନ ପରେ ହୁଣ୍ଡି ସ୍ଥାନାନ୍ତର ହୋଇ ଧାଡ଼ି ଦର୍ଶନ ବ୍ୟବସ୍ଥା ହେବ
– ସେପ୍ଟେମ୍ୱର ୧୫ ସୁଦ୍ଧା ଧାଡ଼ି ଦର୍ଶନ ବ୍ୟବସ୍ଥା ହୋଇପାରେବୋଲି କୁହାଯାଇଛି.

  • jmjnewso

    Related Posts

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    Leave a Reply

    Your email address will not be published. Required fields are marked *

    You Missed

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 3 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 3 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!