ମଦୁଆ ଶିକ୍ଷକ ସାବଧାନ!

Spread the love

ଜେଏମଜେ ବ୍ୟୁରୋ : ଏଣିକି ମଦ ପିଇ ସ୍କୁଲ ଆସୁଥିବା ଶିକ୍ଷକ ସାବଧାନ । ନଚେତ ହେବ କାର୍ଯ୍ୟାନୁଷ୍ଠାନ । ସତର୍କ କରାଇଲେ ଗଣଶିକ୍ଷା ମନ୍ତ୍ରୀ । ମଦ ପିଇ ସ୍କୁଲ ଆସିଲେ ଶିକ୍ଷକଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ତାଗିଦ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କେବେଳ ସ୍କୁଲ ଶିକ୍ଷକ ନୁହେଁ ବରଂ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଡ୍ରାଇଭର ବି ଯଦି ମଦ ପିଇକି ଗାଡି ଚଲାଇବେ ସେ ମଧ୍ୟ କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତି ପାରିବେ ନାହିଁ ।ଶିକ୍ଷା ସହିତ ଜଡିତ ବ୍ୟକ୍ତି ଏବଂ ଏହାର ଆଖପାଖ ଅଞ୍ଚଳ ସମ୍ପୁର୍ଣ୍ଣ ନିଶାମୁକ୍ତ ରହିବା ଆବଶ୍ୟକ ବୋଲି କହିଛନ୍ତି ମନ୍ତ୍ରୀ ।

ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଶିକ୍ଷକମାନେ ନିଶାମୁକ୍ତ ରହିବାର ଆବଶ୍ୟକତା ରହିଛି । ଯଦି ଶିକ୍ଷକମାନେ ମଦ ପିଇକି ଆସିବେ ତାହାଲେ ଛାତ୍ରଛାତ୍ରୀ କଣ ଶିଖିବେ । ମାତାଲ ହୋଇ ଆସିଲେ ଶିକ୍ଷା ଉପରେ ଏହାର ପ୍ରଭାବ ପଡିବ । ମଦ ପିଇ ସ୍କୁଲ ଆସିଲେ ଅଘଟଣ ଘଟିବାର ସମ୍ଭାବନା ମଧ୍ୟ ରହୁଛି ।

ଅନ୍ୟପଟେ ଗାଡି ଚାଳକଙ୍କୁ ନେଇ ମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ଛୁଆମାନେ ସ୍କୁଲ ଆସୁଛନ୍ତି । ସେମାନଙ୍କୁ ନେବା ଆଣିବା କରୁଥିବା ଶିକ୍ଷକ ଯଦି ମଦ ପିଇବେ ତାହେଲେ ମଧ୍ୟ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ତେଣୁ ମଦ ସହିତ ଜଡିତ ଶିକ୍ଷକ କିମ୍ବା ଡ୍ରାଇଭର ଧରାପଡିଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତେଇ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 22 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 26 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 25 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 39 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍