ସମବାୟ ବିକାଶ ପାଇଁ ଆବଶ୍ୟକ ସହାୟତା ଦେବେ କେନ୍ଦ୍ର ସରକାର.

Spread the love

ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟରେ ସମବାୟ କ୍ଷେତ୍ରର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥି ସହିତ ସମବାୟ କ୍ଷେତ୍ରରେ ହାସଲ କରାଯାଇଥିବା ସଫଳତା ଗୁଡିକ ମଧ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା।

କେନ୍ଦ୍ର ମନ୍ତ୍ରୀ ଓଡ଼ିଶା ସରକାରଙ୍କ ସମବାୟ କ୍ଷେତ୍ରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସନ୍ତୋଷବ୍ୟକ୍ତ କରି କହିଥିଲେ ଯେ ଭାରତ ସରକାର ବିଭିନ୍ନ ରାଜ୍ୟରେ ସମବାୟ ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। କିଛି ରାଜ୍ୟକୁ ମଧ୍ୟ ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ସେ ସବୁ ରାଜ୍ୟ ଗୁଡିକର କାର୍ଯ୍ୟପ୍ରଣାଳୀକୁ ଅନୁଧ୍ୟାନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡ଼ିଶା ସରକାରଙ୍କ ପକ୍ଷରୁ ସମବାୟ ବିକାଶ ପାଇଁ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ କହିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସମବାୟ ସଚିବ ରାଜେଶ ପ୍ରଭାକର ପାଟିଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଟ, କେନ୍ଦ୍ର ସରକାରଙ୍କ ଯୁଗ୍ମ ସଚିବ ରମଣ କୁମାର, ଆନନ୍ଦ ଝା ଏବଂ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 20 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 28 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ