ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ’

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ। ଖୁବ୍ ଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହୋଇ କାମ ଆରମ୍ଭ ହେବ ।’ ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଥିବା ବେଳେ ଏପରି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।
ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି। ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏହାବାଦ ଅନ୍ୟ ସବୁ ଜିଲ୍ଲାରେ ବି ଛିଡ଼ା ହେବ ମେଡିକାଲ କଲେଜ ।

ସ୍ୱାସ୍ଥ୍ୟ ବିଭାଗ ଏ ସମ୍ପର୍କୀତ ସମସ୍ତ ବ୍ୟବସ୍ଥାର ତଦାରଖ କରୁଛି। ମେଡିକାଲ କଲେଜ ନିର୍ମାଣ ସହ ଅଧ୍ୟାପକ ନିଯୁକ୍ତି ଉପରେ ବି ଗୁରୁତ୍ୱାରୋପ କରାଯାଉଛି। ଆମ ରାଜ୍ୟବାସୀ ଯେପରି ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇପାରିବେ ସେଥିପ୍ରତି ସରକାର ଯତ୍ନବାନ ଓ ସଚେତନ ଅଛନ୍ତି। ଏଥିସହ ଏଦିଗରେ କାମ ଆରମ୍ଭ ମଧ୍ୟ ହୋଇଯାଇଛି ବୋଲି କହିଛନ୍ତି ମନ୍ତ୍ରୀ।

ଏଥିସହ ସେ କହିଛନ୍ତି, ୨୦୧୪ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତ ବର୍ଷରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ହେବ ବୋଲି କହିଥିଲେ। ଏହା ପରଠୁ ଓଡ଼ିଶାରେ ଏବ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି। କେନ୍ଦ୍ର ଓ ରାଜ୍ୟର ସହଭାଗିତାରେ ଏହି କାମ ଚାଲୁଛି। ଆଗକୁ ଏହାକୁ ତ୍ୱରାନ୍ୱିତ କରାଯାଇ ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ସେ କହିଛନ୍ତି।ମେଡିକାଲ କଲେଜରେ ଅଧ୍ୟାପକ ନିଯୁକ୍ତି ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରତିକ୍ରିୟା ରଖି କହିଛନ୍ତି, ଅବସରପ୍ରାପ୍ତ ଅଭିଜ୍ଞ ଡାକ୍ତରମାନଙ୍କୁ ବିଭିନ୍ନ ମେଡିକାଲ କଲେଜରେ ପାଠ ପଢ଼ାଇବା ନିମନ୍ତେ ନିୟୋଜିତ କରାଯିବାକୁ ଯୋଜନା କରାଯାଉଛି। ଏନେଇ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।

  • Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 33 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 63 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 22 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 28 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 76 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ