ପୁଣି ଚର୍ଚ୍ଚାରେ ଗୋପାଳପୁର: ଥାନାରେ ଫିନାଇଲ୍‌ ପିଇଲେ ନାବାଳିକା, ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ପି

Spread the love


ବ୍ରହ୍ମପୁର: (ଜେଏମଜେ ବ୍ୟୁରୋ): ସୂଚନା ମୁତାବକ, ଆଜି ସକାଳ ୧୧ଟା ବେଳେ ଜଣେ ନାବାଳିକା ନିଜ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଆସିଥିଲେ। ସମୁଦ୍ରକୂଳରେ ବୁଲିସାରିବା ପରେ ଜଣକ ଘରକୁ ୨ ଘଣ୍ଟା ପାଇଁ ଭଡ଼ାରେ ମାଗିଥିଲେ। ସେ ମନା କରିବା ପରେ ଥାନାରେ ଅଭିଯୋଗ କରିବାକୁ ପହଞ୍ଚିଥିଲେ। ତେବେ ନାବାଳିକା ହୋଇଥିବାରୁ ତୁରନ୍ତ ପୁଲିସ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ନାବାଳିକାଙ୍କ ବାପା ଖବର ପାଇ ଥାନାରେ ପହଞ୍ଚି ଘଟଣା ବିଷୟରେ ଜାଣିବାକୁ ଚାହିଥିଲେ। ତେବେ ଥାନାରେ ବାପାଙ୍କୁ ଦେଖି ନାବାଳିକା ଚିନ୍ତାରେ ପଡ଼ି ଯାଇଥିଲେ। ଭୟ କିମ୍ବା ଅନ୍ୟ କୌଣସି କାରଣରୁ ସେ ଥାନା ଭିତରେ ଫିନାଇଲ୍‌ ପିଇ ଦେଇଥିଲେ।
ପୁଲିସ ଏହା ଜାଣିବା ପରେ ତୁରନ୍ତ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜିରେ ଭର୍ତ୍ତି କରିଥିଲା। ଏମ୍‌କେସିଜି ଆଶୁ ଚିକିତ୍ସା ବିଭାଗର ମେଡିସିନ ୱାର୍ଡରେ ତାଙ୍କ ଚିକିତ୍ସା ଚାଲିଛି। ଦୁଇ ଜଣିଆ ଡାକ୍ତରୀ ଟିମ୍‌ ତାଙ୍କୁ ଚିକିତ୍ସା କରୁଛନ୍ତି। ଯଦିଓ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି, ତଥାପି ୨୪ ଘଣ୍ଟା ପର୍ଯ୍ୟନ୍ତ ସେ ନିରୀକ୍ଷଣରେ ରହିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ଘଟଣା ସମ୍ପର୍କରେ ଏସ୍‌ପି ଡା.ଶରବଣା ବିବେକ ଏମ୍‌ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ପରିସ୍ଥିତିରେ ନାବାଳିକା ଥାନାରେ ଫିନାଇଲ୍‌ ପିଇଲେ ତାହାର ତଦନ୍ତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ବ୍ରହ୍ମପୁର ଏସ୍‌ଡିପିଓଙ୍କୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ‌ ତଦନ୍ତ ରିପୋର୍ଟ ମିଳିବା ପରେ ପୁଲିସ ପରବର୍ତ୍ତୀ ପଦକ୍ଷେପ ନେବ ବୋଲି ଏସ୍‌ପି କହିଛନ୍ତି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଥାନାରେ ଏନେଇ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ପୁଲିସ ପୀଡ଼ିତାଙ୍କ ପୁରୁଷବନ୍ଧୁକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି।

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026