ବିଜେପି ଶାସନକୁ 100ଦିନ : ପ୍ରଗତିର ନୂଆ ସୂର୍ଯ୍ୟୋଦୟ ମୁଖ୍ୟମନ୍ତ୍ରୀ କଲେ ଉଦଘାଟନ

Spread the love

ଜେଏମଜେ ବ୍ୟୁରୋ : ଆଜି ବିଜେପି ରାଜ୍ୟରେ ସରକାର ଗଠନ କରିବାର ୧୦୦ ଦିନରେ ପହଞ୍ଚିଛି। ଏହି ଉପଲକ୍ଷେ ପୁରୀରେ ଆଜି ବିରାଟ ସମାବେଶର ଆୟୋଜନ କରାଯାଇଛି। ଶରଧାବାଲିଠାରେ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ନାଁ ରଖାଯାଇଛି ପ୍ରଗତିର ନୂଆ ସୂର୍ଯ୍ୟୋଦୟ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ଏହାକୁ ଉଦଘାଟନ କରିବେ।
ଏହି କାର୍ଯ୍ୟକ୍ରମରେ ସମସ୍ତ ମନ୍ତ୍ରୀ, ବିଧାୟକ ଓ ସାଂସଦ ଯୋଗଦେବେ ଗତକାଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀ କରି ୧୦୦ ଦିନର ହିସାବ ଦେଇଥିଲେ। ସେ କହିଥିଲେ ଯେ, ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଭକ୍ତଙ୍କ ପାଇଁ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି। ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କା, ଓଡିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି।ନିର୍ମାଣ ଶ୍ରମିକଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ପାଇଁ ୪ ରୁ ୬ ଲକ୍ଷ ଟଙ୍କା ଓ ସ୍ୱାଭାବିକ ମୃତ୍ୟୁ ପାଇଁ ୨ ରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
୮୦ ବର୍ଷ ବୟସ୍କ ଏବଂ ୮୦ ପ୍ରତିଶତ ଦିବ୍ୟାଙ୍ଗଙ୍କୁ ମାସିକ ୩୫୦୦ ଟଙ୍କା ପେନସନ ବ୍ୟବସ୍ଥା କରିସାରିଛୁ। ଶିକ୍ଷା କ୍ଷେତ୍ରରେ ଆଦିବାସୀ ଛାତ୍ରଛାତ୍ରୀ ଡ୍ରପଆଉଟ ହ୍ରାସ ପାଇଁ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫୦୦୦ ଟଙ୍କା ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ ଏବଂ ବିଧାନସଭାକୁ ସାମ୍ବାଦିକଙ୍କ ପ୍ରବେଶ ପାଇଁ ନିଷ୍ପତି ନିଆଯାଇଛି । “ଆମ ସରକାର – ଲୋକଙ୍କ ସରକାର” ଜନଶୁଣାଣୀକୁ ଅଗ୍ରାଧିକାର ଦେଇଛି । କୃଷି କ୍ଷେତ୍ରରେ ଚଳିତ ବଜେଟ୍‌ରେ “ସିଏମ କିଶାନ ସମ୍ମାନ ଯୋଜନା”ରେ ୪୬ ଲକ୍ଷ ଚାଷୀଙ୍କୁ ୨୦୦୦ ଟଙ୍କାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି। ଚାଷୀମାନେ ଧାନ କ୍ୱିଂଇଟାଲ ପିଛା ଓଡିଶାରେ ୩୧ଶହ ଟଙ୍କା ପାଇବେ ନିଷ୍ପତି ହୋଇସାରିଛି। ଜଳସେଚନ ବ୍ୟବସ୍ଥାକୁ ସୁଦୃଢ କରାଯିବ।
ପ୍ରତ୍ୟେକ ସବଡିଭିଜନରେ ଶୀତଳ ଭଣ୍ଡାର କରାଯିବ। ଖାଲି ପଡିଥିବା ୧୬୦୦୦ ଶିକ୍ଷକ ପଦବୀ ପୂରଣ ପାଇଁ ବଜେଟ୍‌ରେ ବ୍ୟବସ୍ଥା ହୋଇଛି। ଠେଲା ଦୋକାନୀଙ୍କଠାରୁ ଆରମ୍ଭ କରି କ୍ଷୁଦ୍ର ବ୍ୟବସାୟୀ ଓ ଚାଷୀଙ୍କ ବିକାଶକୁ ଗୁରତ୍ୱ ଦିଆଯାଇଛି। ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାକୁ ଗତ କାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଶୁଭାରମ୍ଭ କରିଛନ୍ତି ଏବଂ ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଅନ୍ତର୍ଭୁକ୍ତ କରାଯିବ।

୧୦୦ ଦିନର ସଂକଳ୍ପ ପତ୍ରରେ ଯେଉଁ ଯେଉଁ ନିଷ୍ପତି ନିଆଯାଇଛି ସେ ସବୁର କାର୍ଯ୍ୟାନ୍ୱୟନ ଆରମ୍ଭ ହୋଇସାରିଛି । କେନ୍ଦ୍ରସରକାରଙ୍କ ଅନୁଦାନକୁ ସଠିକ୍ ଭାବେ ବିନିଯୋଗ କରି ଦେଶ ଓ ରଜ୍ୟର ବିକାଶ କରାଯିବ ବୋଲି ଶ୍ରୀ ସାମଲ କହିଛନ୍ତି।ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ସତ୍ୟବ୍ରତ ପଣ୍ଡା, ଗଣମାଧ୍ୟମ ରାଜ୍ୟ ସଂଯୋଜକ ସୁଜିତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ