ବିଦ୍ୟାଳୟ ସହ ମିଶିବ ଅଙ୍ଗନବାଡି କେନ୍ଦ୍ର

Spread the love

ନୂଆଦିଲ୍ଲୀ/ଭୁବନେଶ୍ୱର: ବିଦ୍ୟାଳୟ ସହିତ ଅଙ୍ଗନବାଡି କେନ୍ଦ୍ର ଯୋଡ଼ିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆନୁଷ୍ଠାନିକ ଭାବେ ପିଲାଙ୍କ ଶୈଶବର ଯତ୍ନ ବିଦ୍ୟାଳୟରୁ ଆରମ୍ଭ ନିଷ୍ପତ୍ତି ନିଆଯାଇଛି। ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ବିଦ୍ୟାଳୟ ସହିତ ଅଙ୍ଗନବାଡି କେନ୍ଦ୍ର ଯୋଡ଼ିବାକୁ ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହୋଇଛି। ବିଦ୍ୟାଳୟ ସହିତ ଅଙ୍ଗନବାଡି କେନ୍ଦ୍ରର ମିଶ୍ରଣ ନେଇ ନିର୍ଦ୍ଦେଶାବଳୀର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମହିଳା ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ସାମିଲ ଥିଲେ।

ଏହି ପଦକ୍ଷେପ ଜରିଆରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବିଦ୍ୟାଳୟ ସହ ସଂଯୋଗ କରି ପିଲାମାନଙ୍କୁ ପୂର୍ବ ଶୈଶବ ଶିକ୍ଷା ଓ ଯତ୍ନର ଏକ ସୁଗଠିତ ପରିବେଶ ଯୋଗାଇ ଦିଆଯିବ। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିକଶିତ ଭାରତ’ର ମାନବ ପୁଞ୍ଜି ପାଇଁ ଏକ ଦୃଢ଼ ମୂଳଦୁଆ ସ୍ଥାପନ କରିବାର ଦୃଷ୍ଟିକୋଣକୁ ସାକାର କରିବା ଦିଗରେ ଏକ ସଫଳ ପଦକ୍ଷେପ ହେବ।

ଏହି ଅବସରରେ ଧର୍ମନ୍ଦ୍ର ପ୍ରଧାନ + ୨ ପର୍ଯ୍ୟନ୍ତ ପାଠ ପଢିନଥିବା ଏବଂ ଆଗକୁ ପାଠ ପଢିବା ପାଇଁ ଇଚ୍ଛା ରଖୁଥିବା ଅଙ୍ଗନବାଡ଼ି ଦିଦିଙ୍କ ପାଇଁ ମଡ୍ୟୁଲ ପ୍ରସ୍ତୁତ କରିବାକୁ ମହିଳା, ଶିଶୁ ବିକାଶ ଓ ଶିକ୍ଷା ମନ୍ତ୍ରଣାଳୟକୁ ଏକ ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି ଏଆଇ ସମେତ ଅନ୍ୟ ଜ୍ଞାନକୌଶଳ ମାଧ୍ୟମରେ ବିଶ୍ୱରେ ଜୀବନଶୈଳୀ ସହଜ ହୋଇଛି। ଏଥିପାଇଁ ଆମକୁ ଏଆଇର ଉପଯୋଗ କରି ପିଲାମାନଙ୍କ ଭବିଷ୍ୟତ ନିର୍ମାଣ କରିବା ଉପରେ ଦୃଷ୍ଟି ଦେବା ଉଚିତ୍। ଆଗାମୀ ୩ ବର୍ଷ ମଧ୍ୟରେ ଭାରତରେ ପ୍ରାୟ ୨ ଲକ୍ଷ ବେସରକାରୀ ଏବଂ ସରକାରୀ ହାଇସ୍କୁଲରେ ବ୍ରଡବ୍ରାଣ୍ଡ୍ ଇଣ୍ଟରନେଟ୍ ସଂଯୋଗ କରାଯିବ। ଆସର୍ ଏବଂ ପରଖ ରିପୋର୍ଟର ସାମ୍ପ୍ରତିକ ତଥ୍ୟନୁସାରେ ଗାଁରେ ପିଲାମାନଙ୍କର ଶିକ୍ଷଣ ଫଳାଫଳରେ ସହର ଅପେକ୍ଷା ଭଲ ହୋଇଛି। ଏହି ଅଭୁତପୂର୍ବ ସଫଳତା ଆମର ଅଙ୍ଗନବାଡି ଦିଦିମାନଙ୍କର କଠିନ ପରିଶ୍ରମର ପ୍ରତିଫଳନ।

  • jmjnewso

    Related Posts

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    “କଲ୍ଲୋଳ–୨୦୨୫” ଅନୁଷ୍ଠିତ

    Spread the love

    Spread the loveକରଞ୍ଜିଆ: ଜେଏମଜେ ନ୍ୟୁଜ: ( ଜିତେନ୍ଦ୍ରରାଜ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ “କଲ୍ଲୋଳ–୨୦୨୫” ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଶ୍ରୀ ଗାୟତ୍ରୀ ଦେବଦତ୍ତ ଙ୍କ ସଭାପତିତ୍ୱ ରେ…

    Leave a Reply

    Your email address will not be published. Required fields are marked *

    You Missed

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ